ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ଜାତୀୟ ଖୋ ଖୋ ଟିମ୍‌ର ପ୍ରଯୋଜକ ହେବେ ଓଡ଼ିଶା ସରକାର

0

ଭୁବନେଶ୍ବର: ଜାତୀୟ ଖୋ ଖୋ ଟିମର ପ୍ରାୟୋଜକ ହେବେ ଓଡ଼ିଶା ସରକାର। ଆଗାମୀ ୩ ବର୍ଷ ପାଇଁ ଓଡ଼ିଶା ଖୋ ଖୋ ଟିମର ପ୍ରାୟୋଜକ ରହିବ। ଏଥିପାଇଁ ବାର୍ଷିକ ୫ କୋଟି ଟଙ୍କା ହିସାବରେ ୩ ବର୍ଷକୁ ୧୫ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଖୋ ଖୋ’ ଖେଳକୁ ପ୍ରୋତ୍ସାହନ ଦେବେ ରାଜ୍ୟ ସରକାର। ପରିଚିତ ହେବ ‘ଖୋ ଖୋ’ ଖେଳ। ବିଶ୍ବ ସ୍ତରରେ ରାଜ୍ୟକୁ ପରିଚିତ କରିବେ ଖେଳାଳି। ଦେଶର ‘ଖୋ ଖୋ’ ଖେଳ ପାଇଁ ସୁବର୍ଣ୍ଣ ସମୟ ଆସିଛି। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ ପ୍ରୋତ୍ସାହନ ଦେବାକୁ ଆଗେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

୨୦୨୫ ଜାନୁଆରିରୁ ୨୦୨୭ ଡିସେମ୍ବର ପର୍ଯ୍ୟନ୍ତ ଏହି ସ୍ପନସରସିପ ଅବଧି ରହିବ। ବର୍ଷକୁ ୫ କୋଟି ଟଙ୍କା ହିସାବରେ ସମୁଦାୟ ୧୫ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର। ଓଡିଶା ଖଣି ନିଗମ ପକ୍ଷରୁ ଏହି ଅର୍ଥ ପ୍ରଦାନ କରାଯିବ। ଏହାଦ୍ୱାରା ଭାରତୀୟ ଖୋ ଖୋ ଖେଳାଳି ପ୍ରୋତ୍ସାହନ ପାଇବା ସହିତ ଓଡ଼ିଶା ମଧ୍ୟ ଜାତୀୟ ଓ ଅନ୍ତର୍ଜାତୀୟ ଖେଳରେ ବ୍ରାଣ୍ଡିଂ ଜରିଆରେ ବିଶ୍ୱସ୍ତରରେ ରାଜ୍ୟର ଛବିକୁ ଉଜ୍ଜଳ କରିପାରିବ।

Leave A Reply

Your email address will not be published.