ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବାଣ ଭିଡୁଥିବା ବେଳେ ଭୟଙ୍କର ବିସ୍ଫୋରଣ, ୧ ମୃତ

0

ଜଗତସିଂହପୁର: ବାଣ ଭିଡୁଥିବା ବେଳେ ଘଟିଛି ଭୟଙ୍କର ବିସ୍ଫୋରଣ। ବିସ୍ଫୋରଣ ଏତେ ଭୟଙ୍କର ଥିଲା କି ଘରର ଛାତ ମଧ୍ୟ ଉଡ଼ିଯାଇଛି। ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଛି। ୪ ଜଣ ଲୋକ ଭଗ୍ନାବଶେଷ ତଳେ ଚାପି ହୋଇ ରହିଛନ୍ତି। ଶୁକ୍ରବାର ରାତିରେ ଏହିପରି ଅଘଟଣ ଘଟିଛି ଜଗତସିଂହପୁର ସଦର ଥାନା ଅଧୀନ ବଡ଼ବାଗ ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ରାଜେଶ କୁମାର ଦାସ।

ସୂଚନା ଅନୁଯାୟୀ, ବଡ଼ବାଗ ଗାଁରେ ଆଜି ରାତିରେ ସୁଶିଲ କୁମାର ଦାସଙ୍କ ଘରେ ଚାଲିଥିଲା ବାଣ ଭିଡ଼ା। ଏହି ସମୟରେ ବିସ୍ଫୋରଣ ହୋଇଥିଲା। ଏହି ଭୟାନକ ବିସ୍ଫୋରଣରେ ଘର ଭିତରେ ଥିବା ସୁଶିଲଙ୍କ ବଡ଼ପୁଅ ରାଜେଶ କୁମାର ଦାସଙ୍କର ମୃତ୍ୟୁ ହୋଇଛି। ରାଜେଶଙ୍କ ପତ୍ନୀ, ମଝିଆ ପୁଅ ପରେଶ କୁମାର ଦାସ ଓ ତାଙ୍କ ପତ୍ନୀ ଛାତ ତଳେ ଚାପି ହୋଇ ରହିଛନ୍ତି। ରାତି ପ୍ରାୟ ପ୍ରାୟ ସାଢ଼େ ୧୦ଟାରେ ଏହି ସମୟରେ ବାଣ ବିସ୍ଫୋରଣ ହୋଇଥିଲା। ଏହା ଏତେ ଭୟଙ୍କର ଥିଲା ଯେ,ଘରର ଛାତ ଉଡ଼ି ଯାଇଥିଲା। ଘରର ଛାତ ଭାଙ୍ଗିବା କାରଣରୁ ସମସ୍ତେ ଚାପି ହୋଇଯାଇଥିଲେ। ବଡ଼ଧରଣର ଶଦ୍ଦ ଶୁଣି ଆଖପାଖ ଘରର ଲୋକେ ଦୌଡ଼ି ଆସିଥିଲେ। ସ୍ଥାନୀୟ ଲୋକେ ଏନେଇ ପୁଲିସ ଓ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ।

ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଛି। ଭଙ୍ଗା ଛାତ ତଳେ ଚାପି ହୋଇଥିବା ଲୋକମାନଙ୍କୁ ଉଦ୍ଧାର ପାଇଁ ଟିମ୍‌ ନିୟୋଜିତ ଅଛନ୍ତି। ରିପୋର୍ଟ ଲେଖାଯିବା ବେଳକୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। କେତେଜଣ ବାଣ ଭିଡୁଥିଲେ ‌ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରି ନାହିଁ। ମୃତାହତଙ୍କ ସଂପର୍କରେ ଅଧିକ ସୂଚନା ମିଳିପାରି ନାହିଁ। ତେବେ ପାରିପାର୍ଶ୍ବିକ ଅବସ୍ଥାରୁ ଏକାଧିକ ଆହତ ଥିବା ସୂଚନା ମିଳିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ନିଆଯାଉଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଆହତମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଡାକ୍ତରଖାନାକୁ ନିଆଯାଇଥିବା ସ୍ଥାନୀୟ ଏସ୍‌ଡିପିଓ ସୂଚନା ଦେଇଛନ୍ତି।

Leave A Reply

Your email address will not be published.