ଝାରସୁଗୁଡ଼ା: ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବଡ଼ଧରଣର ତ୍ରୁଟି। ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ସମୟରେ ପାଖରେ ଖସିପଡ଼ିଲା ଡ୍ରୋନ୍। ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଗତ ୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡ଼ା ଗସ୍ତରେ ଯାଇଥିଲେ। ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାର ଝାଡ଼େଶ୍ୱର ମନ୍ଦିରକୁ ପ୍ରବେଶ କରୁଥିବା ସମୟରେ ଏକ ଡ୍ରୋନ୍ ତାଙ୍କ ପାଖରେ ଖସିପଡ଼ିଥିଲା।
ଡ୍ରୋନ୍ଟି ହଠାତ୍ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିବାରୁ ସେ ଚମକିପଡ଼ିଥିଲେ। ତାଙ୍କ ପାଖରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ତୁରନ୍ତ ପିଏସ୍ଓ ଉକ୍ତ ଡ୍ରୋନ୍କୁ ପାଦରେ ଏଡ଼ାଇ ଦେଇଥିଲେ। ତେବେ ମୁଖ୍ୟମନ୍ତ୍ରୀଙ୍କ ମୁଣ୍ଡ ଉପରେ ଏଭଳି ଡ୍ରୋନ୍ ଉଡ଼ାଇବାକୁ କିଏ ଅନୁମତି ଦେଲା ଏବଂ କିପରି ଏହା ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିଲା ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି ବୋଲି ମଧ୍ୟ ଚର୍ଚ୍ଚା ହେଉଛି।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା