ପ୍ରମୁଖ ଖବର

ରାଜଧାନୀ ଭୁବନେଶ୍ୱରରେ ଗଡ଼ିଲା ଡବଲ ଡେକର ବସ
ଏବେ ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି ପାଇଁ ଜାଗା ମଞ୍ଜୁର କଲେ କେନ୍ଦ୍ର ସରକାର
ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅରୁଣପୁର ଗାଁ ନିକଟରେ ଏକ ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ଜଣେ ୯ ବର୍ଷର ପୁଅ ଓ ବାପାଙ୍କ ମୃତ୍ୟୁ
ଫେବୃଆରୀ ୫ରେ ଦିଲ୍ଲୀ ଭୋଟ୍‌
ସଲମାନ ଖାନଙ୍କ ବାଲ୍‌କୋନୀରେ ଲାଗିଲା ବୁଲେଟ୍‌ ପ୍ରୁଫ୍‌ କାଚ
ହଂସିତା ଅଭିଲିପ୍ସାଙ୍କ ଘର ସହ ୧୨ଟି ସ୍ଥାନରେ ଆୟକର ବିଭାଗର ଚଢାଉ

ଆଜିଠୁ ଆରମ୍ଭ ହେଲା କୁମ୍ଭୀର ଗଣନା

0

ପର୍ଯ୍ୟଟକଙ୍କୁ ସାତକୋଶିଆ ମନା
ଆଠମଲ୍ଲିକ: ସାତକୋଶିଆରେ ଆଜି ଠାରୁ କୁମ୍ଭୀର ଗଣନା ଆରମ୍ଭ ହୋଇଛି। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ। ଏଥିପାଇଁ ଅଭୟାରଣ୍ୟ ମଧ୍ୟରେ ଥିବା ଚାରୋଟି ବନଖଣ୍ଡର କର୍ମଚାରୀଙ୍କୁ ନେଇ ୧୪ଟି ଟିମ୍ ଗଠନ କରାଯାଇଛି । ୧୪ଟି ଟିମ୍‌ରେ ମୋଟ୍‌ ୭୦ କର୍ମଚାରୀ ନିୟୋଜିତ ହୋଇଛନ୍ତି। ଆଜିଠୁ କୁମ୍ଭୀର ଗଣନା ଆରମ୍ଭ ହୋଇଥିବା ବେଳେ ୧୯ ଓ ୧୮ରେ ପକ୍ଷୀ ଗଣନା କରାଯିବ। କୁମ୍ଭୀର ଗଣନା ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏହି ସମୟରେ ପର୍ଯ୍ୟଟକଙ୍କୁ ସାତକୋଶିଆ ଆସିବା ପାଇଁ ବାରଣ କରାଯାଇଥିବାବେଳେ ମହାନଦୀରେ ବୋଟିଂ କିମ୍ବା ମାଛ ଧରିବାକୁ ମଧ୍ୟ ମନା କରାଯାଇଛି।

ସୂଚନା ଅନୁସାରେ, ଆଜି ସକାଳୁ ସାତକୋଶିଆରେ କୁମ୍ଭୀର ଏବଂ ପକ୍ଷୀ ଗଣନା ଆରମ୍ଭ ହୋଇଛି। ଏଥିପାଇଁ ସାତକୋଶିଆ, ଆଠମଲ୍ଲିକ, ମହାନଦୀ ବନ୍ୟପ୍ରାଣୀ ଡିଭିଜନରେ ୧୪ଟି ଟିମ ବିଭିନ୍ନ ଜାଗାରେ ଡଙ୍ଗାରେ ଯାଇ ପକ୍ଷୀ ଓ କୁମ୍ଭୀର ଗଣନା କରୁଛନ୍ତି। ଚଳିତ ବର୍ଷ କେବଳ ୧୪ଟି ଦେଶୀ ଡଙ୍ଗା ସାହାଯ୍ୟରେ ଏହି ଗଣନା କରିବା ନେଇ ସୂଚନା ମିଳିଛି। ସାତକୋଶିଆ ମହାନଦୀ ଗଣ୍ଡରେ ୨୩ କିମି ପର୍ଯ୍ୟନ୍ତ ଗଣନା କରାଯିବାର ଯୋଜନା ରହିଛି।

ଗଣନା କାର୍ଯ୍ୟ ପାଇଁ ଚଳିତ ମାସ ୫ରୁ ୯ ତାରିଖ ପର୍ଯ୍ୟନ୍ତ ସାତକୋଶିଆ ମହାନଦୀ ଗଣ୍ଡରେ ପର୍ଯ୍ୟଟକଙ୍କ ପାଇଁ ବୋଟିଂ ବନ୍ଦ କରାଯାଇଛି। ସମୁଦାୟ ୩ ଦିନ ଧରି ଚାଲିବ ଗଣନା କାର୍ଯ୍ୟ। ଟିକରପଡ଼ାରୁ ବିନିକେଇ, ବିନିକେଇରୁ ପତାକା, ଟିକରପଡାରୁ କଟରଙ୍ଗ, କଟରଙ୍ଗରୁ ବାଲିପୁଟ, ବାଲିପୁଟରୁ ଚକ୍ରଗଡ଼, ଆଠମଲ୍ଲିକର ହରଭଙ୍ଗାରୁ ଅଏଡ଼ା, ଲୁଣହାଣ୍ଡି, ବେଲପୁଞ୍ଜିମଠ, ଶିଶୁପଥର ଡ୍ୟାମ ଆଦି ଜଳାଶୟରେ କୁମ୍ଭୀର ଓ ପକ୍ଷୀ ଗଣନା କରାଯିବ। ଏଥିପାଇଁ ମୋବାଇଲ୍ ଟ୍ରାକିଂ, ଜିପିଏସ୍, ବାଇନାକୁଲାର ଏବଂ ସ୍ଵତନ୍ତ୍ର କ୍ୟାମେରାର ବ୍ୟବସ୍ଥା କରାଯାଇଥିବା ନେଇ ଡିଏଫଓ ସୂଚନା ଦେଇଛନ୍ତି।

Leave A Reply

Your email address will not be published.