ପ୍ରମୁଖ ଖବର

ରାଷ୍ଟ୍ରପତି ଭବନରେ ପ୍ରସାରିତ ହେଲା ‘ଶ୍ରୀ ଜଗନ୍ନାଥଙ୍କ ନବକଳେବର’
ପୁଣି ନାବାଳିକା ଦେହରେ ନିଆଁ
ନାବାଳିକାଙ୍କ ଶରୀର ୭୦ପ୍ରତିଶତ ପୋଡିଯାଇଛି- ଏମ୍ସ
ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌
୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ
ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ
କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

ଶ୍ୱାସରୁଦ୍ଧ ହୋଇ ପ୍ରାଣ ହରାଇଲେ ପରିବାରର ୫ ସଦସ୍ୟ

0

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଶ୍ରୀନଗରରୁ ପନ୍ଦ୍ରେଥନ ଅଞ୍ଚଳରେ ଗୋଟିଏ ପରିବାରର ପାଞ୍ଚଜଣ ସଦସ୍ୟ ଶ୍ୱାସରୁଦ୍ଧ ହୋଇ ପ୍ରାଣ ହରାଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ମୃତଦେହକୁ ଉଦ୍ଧାର କରିଛି। ଏଥି ସହିତ ଏହି ଘଟଣା ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ଏହି ଘଟଣା ସମ୍ପର୍କରେ ସୂଚନା ଦେଇ ପୋଲିସ କହିଛି ଯେ ମୃତ ପରିବାର ବାରାମୁଲ୍ଲା ଜିଲ୍ଲାର ଉରି ଅଞ୍ଚଳର ବାସିନ୍ଦା ଏବଂ ମୃତକଙ୍କ ମଧ୍ୟରେ ସ୍ୱାମୀ, ସ୍ତ୍ରୀ ଏବଂ ସେମାନଙ୍କର ତିନି ସନ୍ତାନ ସାମିଲ ଅଛନ୍ତି। ପୀଡ଼ିତଙ୍କ ମଧ୍ୟରେ ଅଛନ୍ତି ଏଜାଜ ଅହମ୍ମଦ ଭଟ୍ଟ (୩୮), ତାଙ୍କ ପତ୍ନୀ ସଲୀମା (୩୨) ଏବଂ ତାଙ୍କ ତିନି ସନ୍ତାନ, ଅରିବ (୩), ହମଜା (୧୮) ଏବଂ ଆଉ ଜଣେ ୧ ମାସର ଶିଶୁ। ଅଧିକାରୀ କହିଛନ୍ତି ଯେ ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ଯେ ପରିବାରର ସମସ୍ତ ପାଞ୍ଚଜଣ ସଦସ୍ୟ ଶୋଇଥିବା ଅବସ୍ଥାରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ବରଣ କରିଛନ୍ତି। ଏହି ଦୁର୍ଘଟଣାରେ ଜମ୍ମୁ କାଶ୍ମୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଏବଂ ସିଏମ୍ ଓମାର ଅବଦୁଲ୍ଲା ଦୁଃଖ ପ୍ରକାଶ କରିଛନ୍ତି।

ଏହି ପରିବାର ପନ୍ଦ୍ରାଥନରେ ଭଡ଼ାରେ ରହୁଥିଲେ। ଏମାନେ ମୁଖ୍ୟତଃ ବାରାମୂଳାର ବାସିନ୍ଦା ଥିଲେ। ପୂରା ଅଞ୍ଚଳରେ ଅଧିକ ଥଣ୍ଡା ଜାରି ରହିଥିବାରୁ ଘରେ ସମସ୍ତେ କବାଟ ବନ୍ଦ କରି ଶୋଇଥିଲେ। ତେବେ ଘରେ ଜଳା ଯାଇଥିବା ନିଆଁ ଧୂଆଁରୁ ଶ୍ୱାସରୁଦ୍ଧ ହୋଇ ଏମାନଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ଖବର ମିଳିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ହସ୍ପିଟାଲ ନେଇଥିଲା, ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

Leave A Reply

Your email address will not be published.