ପ୍ରମୁଖ ଖବର

ରାଷ୍ଟ୍ରପତି ଭବନରେ ପ୍ରସାରିତ ହେଲା ‘ଶ୍ରୀ ଜଗନ୍ନାଥଙ୍କ ନବକଳେବର’
ପୁଣି ନାବାଳିକା ଦେହରେ ନିଆଁ
ନାବାଳିକାଙ୍କ ଶରୀର ୭୦ପ୍ରତିଶତ ପୋଡିଯାଇଛି- ଏମ୍ସ
ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌
୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ
ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ
କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ମୋଦୀ

0

ନୂଆଦିଲ୍ଲୀ: ରାୟଗଡ଼ା​‌ ରେଳ ଡିଭିଜନ ଭବନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସୋମବାର ଦିଲ୍ଲୀରୁ ଭିଡିଓ କନଫରେନ୍ସ ଜରିଆରେ ପ୍ରଧାନମନ୍ତ୍ରୀ ଏହାର ଶିଳାନ୍ୟାସ କରିଛନ୍ତି। ଏହା ସହିତ ଏହି ଅବସରରେ ମୋଦୀ ଏକାଧିକ ରେଳ ପ୍ରକଳ୍ପର ମଧ୍ୟ ଉଦଘାଟନ କରିଛନ୍ତି।

ଏହି ଅବସରରେ ମୋଦି କହିଛନ୍ତି ଯେ ପ୍ରଭୁ ଜଗନ୍ନାଥଙ୍କ କୃପାରୁ ଓଡ଼ିଶାରେ ପ୍ରାକୃତିକ ସମ୍ପଦ ଭରି ରହିଛି। ଦୀର୍ଘ କିଲୋମିଟର ବ୍ୟାପୀ ସମୁଦ୍ର କୂଳ ବି ରହିଛି।ଓଡ଼ିଶାରେ ଅନ୍ତର୍ଜାତୀୟ ବାଣିଜ୍ୟର ପ୍ରବଳ ସମ୍ଭାବନା ରହିଛି। ଓଡ଼ିଶାରେ ଅନେକ ରେଳ ପ୍ରକଳ୍ପ ଉପରେ କାମ ଚାଲିଛି।ରାଜ୍ୟରେ ୭ଟି ଗତିଶକ୍ତି କାର୍ଗୋ ଟର୍ମିନାଲର ଆରମ୍ଭ କରାଯାଇଛି। ଯାହା ବ୍ୟାପାର ଏବଂ ଉଦ୍ୟୋଗକୁ ଭରପୁର ସହାୟତା କରୁଛି। ଆଜି ରାୟଗଡ଼ା ରେଳ ଡିଭିଜନର ଶିଳାନ୍ୟାସ ଫଳରେ ଓଡ଼ିଶାରେ ଭିତ୍ତିଭୂମି ଆହୁରି ମଜବୁତ ହେବ। ଓଡ଼ିଶାରେ ପର୍ଯ୍ୟଟନ, ବାଣିଜ୍ୟ ଏବଂ ରୋଜଗାରର ସମ୍ଭାବନା ବୃଦ୍ଧି ପାଇବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଥିବା ଜନଜାତିଙ୍କୁ ଏହାର ଫାଇଦା ମିଳିବ ବୋଲି ମୋଦି କହିଛନ୍ତି।ଏହି କାର୍ଯ୍ୟକ୍ରମ ଅବସରରେ ରାୟଗଡାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ଉପସ୍ଥିତ ରହିଥିଲେ।

ଏହା ସହିତ ତେଲଙ୍ଗାନା ଚାର୍ଲପାଲି ଟର୍ମିନାଲ ଷ୍ଟେସନକୁ ବି ପ୍ରଧାନମନ୍ତ୍ରୀ ଉଦଘାଟନ କରିଛନ୍ତି। କାର୍ଯ୍ୟକ୍ରମରେ ନୂଆ ଜାମ୍ମୁ ରେଲୱେ ଡିଭିଜନର ଉଦଘାଟନ କରିଛନ୍ତି ମୋଦୀ। ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ରେଳ ପ୍ରକଳ୍ପ ଦ୍ବାରା ଦେଶର ପ୍ରଗତି ଏକ ନୂଆ ଉଚ୍ଚତାରେ ପହଞ୍ଚିବ। ଦେଶବ୍ୟାପୀ ବିଭିନ୍ନ ରାଜ୍ୟରେ ନୂଆ ନୂଆ ରେଳ ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ଏଥିପାଇଁ ୭୦ ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ରାୟଗଡ଼ାରେ ରେଳମଣ୍ଡଳ ସ୍ଥାପନ ଦ୍ବାରା ଜନସାଧାରଣ ବହୁମାତ୍ରାରେ ଉପକୃତ ହେବେ। ଏହି ଭିତ୍ତିଭୂମି ଜନସାଧାରଣଙ୍କ ଲାଗି ବରଦାନ ସାବ୍ୟସ୍ତ ହେବ। ଦେଶରେ ଆଧୁନିକ ଭିତ୍ତିଭୂମି ନିର୍ମାଣ​ରେ ମହାଯଜ୍ଞ ଚାଲିଛି ବୋଲି ମୋଦୀ କହିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ରାଜ୍ୟପାଳ ଡକ୍ଟର କେ.ହରି ବାବୁ ଭିଡିଓ କନଫରେନ୍ସିଂରେ ଉପସ୍ଥିତ ରହିଥିଲେ।

Leave A Reply

Your email address will not be published.