ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଫେବୃଆରୀ ୫ରେ ଦିଲ୍ଲୀ ଭୋଟ୍‌

0

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ମଙ୍ଗଳବାର ଏକ ପ୍ରେସ କନଫରେନ୍ସ ମାଧ୍ୟମରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ମଙ୍ଗଳବାର ଦିଲ୍ଲୀର ୭୦ ବିଧାନସଭା ଆସନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏହି ନିର୍ବାଚନ ପାଇଁ ଫେବୃୟାରୀ ୫ରେ ମତଦାନ କରାଯିବ ଓ ୮ ଫେବୃଆରୀରେ ଗଣତି କରାଯାଇ ଫଳାଫଳ ପ୍ରକାଶ କରାଯିବ। ଏହି ପ୍ରେସ କନଫରେନ୍ସରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଯେ ଇଭିଏମରେ ବେଆଇନ ଭୋଟ ଦେବାର କୌଣସି ସମ୍ଭାବନା ନାହିଁ। ଇଭିଏମ ହେଉଛି ଏକ ଫୁଲପ୍ରୁଫ ଉପକରଣ। ଭୋଟ ଦେବା ପରେ ଏହାକୁ ସିଲ କରାଯାଇଥାଏ ଏବଂ ଭାଇରସ ବି ଏଥିରେ ପ୍ରବେଶ କରିପାରେ ନାହିଁ।

ସେ ଆହୁରି ସୂଚନା ଦେଇ କହିଛନ୍ତି ଯେ, ଦିଲ୍ଲୀରେ ସମୁଦାୟ ୧ କୋଟି ୫୫ ଲକ୍ଷ ୨୪ ହଜାର ୮୫୮ ମତଦାତା ରହିଛନ୍ତି। ସେମାନଙ୍କ ମଧ୍ୟରେ ୮୫ ଲକ୍ଷ ୪୯ ହଜାର ୬୪୫ ଜଣ ପୁରୁଷ ଥିବାବେଳେ ମହିଳା ଭୋଟର ରହିଛନ୍ତି ୭୧ ଲକ୍ଷ ୭୩ ହଜାର ୯୫୨ ଜଣ। ଏଠାରେ ୧୩ ହଜାର ୩୩ ମତଦାନ କେନ୍ଦ୍ର ଅଛ। ଏଥିସହ ଚଳିତ ଥର ୨ ଲକ୍ଷ ନୂଆ ଭୋଟର ରହିଛନ୍ତି।ମୋଟ ୭୦ଟି ଆସନରେ ଗୋଟିଏ ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ।
ମୁଖ୍ୟ ନିର୍ବାଚନ କମିଶନର କହିଛନ୍ତି, ଫେବୃଆରୀ ୫ରେ ଦିଲ୍ଲୀ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ଏଥିସହ ଫେବୃଆରୀ ୮ରେ ଫଳାଫଳ ପ୍ରକାଶ ପାଇବ। ନିର୍ବାଚନ ପାଇଁ ଚଳିତ ମାସ ୧୦ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଜାନୁଆରୀ ୧୭ ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ରହିଥିବାବେଳେ ୧୮ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ଜାନୁଆରୀ ୨୦ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି।

ଇଭିଏମ ଉପରେ ଉଠାଯାଇଥିବା ପ୍ରଶ୍ନ ଉପରେ ରାଜୀବ କୁମାର କହିଛନ୍ତି ମତଦାନ ଦିନ ଇଭିଏମ୍‌ ସିଲ ଭାଙ୍ଗାଯିବ। ସକାଳେ ଏକ ମକ ପୋଲ ଅଛି। କିଏ ଆସିଲା ଏବଂ କିଏ ଗଲା ସେ ବିଷୟରେ ରେକର୍ଡ ଦିନସାରା ରଖାଯାଏ। ଇଭିଏମ କୌଣସି ପ୍ରକାରେ ହ୍ୟାକ ହୋଇପାରିବ ନାହିଁ। ନିର୍ବାଚନର ସାତରୁ ଆଠ ଦିନ ପୂର୍ବରୁ ଇଭିଏମ ପ୍ରସ୍ତୁତ ଅଛି। ଇଭିଏମ ହେଉଛି ନିିର୍ବାଚନର ସବୁଠାରୁ ସୁରକ୍ଷିତ ପଦ୍ଧତି। ଗଣନା କରିବା ପୂର୍ବରୁ ପ୍ରତ୍ୟେକ ଇଭିଏମର ସିଲ ଯାଞ୍ଚ କରାଯାଏ।

Leave A Reply

Your email address will not be published.