ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଟ୍ରକ ଧକ୍କାରେ ବାପା, ପୁଅ ମୃତ ମା’ ଗୁରୁତର

0

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅରୁଣପୁର ଗାଁ ନିକଟରେ ଏକ ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ଜଣେ ୯ ବର୍ଷର ପୁଅ ଓ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ତ୍ରୟମ୍ବକମ ରାୟଗୁରୁ ଓ ମୋହନ ରାୟଗୁରୁ ଆହତ ହେଲେ ତାଙ୍କ ପତ୍ନୀ ଗାୟତ୍ରୀ ରାୟଗୁରୁ। ଏମାନେ କୃଷ୍ଣପ୍ରସାଦ ଥାନା ତିଛିଣୀ ଗ୍ରାମର ବାସିନ୍ଦା।

ମୋହନ ରାୟଗୁରୁ ତାଙ୍କ ସ୍ତ୍ରୀ’ ଗାୟତ୍ରୀ ରାୟଗୁରୁ ଓ ପୁଅ ତ୍ରୟମ୍ବକମ୍ ଏକ ଟିଭିଏସ ଏକ୍ସଏଲ ଗାଡିରେ କୃଷ୍ଣ ପ୍ରସାଦ ଥାନା ଅନ୍ତର୍ଗତ ତିଛୀଣୀ ଗ୍ରାମରୁ ତାଙ୍କ ଶଶୁର ଘର ୟୁଡିଏସପୁର ଗ୍ରାମକୁ ଯାଉଥିବା ବେଳେ ହଠାତ୍ ଅରୁଣପୁର ଗ୍ରାମ ନିକଟରେ ରମ୍ଭାରୁ ଆସୁଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ ଧକ୍କା ଦେଇଥିଲା । ଫଳରେ ସେମାନେ ରକ୍ତାକ୍ତ ଅବସ୍ଥାରେ ତଳେ ପଡିଯାଇଥିଲେ ।

ତ୍ରୟମ୍ବକମ୍ ଓ ତାଙ୍କ ବାପାମା’ଙ୍କୁ ରକ୍ତାକ୍ତ ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଛତ୍ରପୁର ଡାକ୍ତରଖାନାକୁ ନେଇଥିଲେ।ସେଠାରେ ତ୍ରୟମ୍ବକମ୍‌ଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ବାପା ମା’ଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲ ପଠାଯାଇଥିଲା । ବ୍ରହ୍ମପୁର ମେଡ଼ିକାଲରେ ବାପା ମୋହନ ରାୟଗୁରୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି l ଘଟଣା ସ୍ଥଳରେ ରମ୍ଭା ଓ ହୁମ୍ମା ଥାନା ପୋଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ଅନ୍ୟ ପଟେ ଅରୁଣପୁର ଗ୍ରାମ ନିକଟରେ ରାସ୍ତା ରୋକ କରାଯାଇଛି।

Leave A Reply

Your email address will not be published.