ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ଗଡ଼ିଲା ଡବଲ ଡେକର ବସ୍‌

0

ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗଡ଼ିଲା ଡବଲ ଡେକର ବସ। ଏହି ଡବଲ୍‌ ଡେକର ବସ୍‌କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।। ଭୁବନେଶ୍ୱରର ଗାଡ଼କଣରେ ଥିବା ‘ମୋ ବସ୍’ ଡିପୋରେ ଡବଲ୍ ଡେକର ବସ୍ ଏବଂ ହପ୍-ଅନ୍ ହପ୍-ଅଫ୍ ବସ୍ ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସର ଉଦ୍‌ଘାଟନ ପୂର୍ବରୁ ୫ଟି ଡବଲ ଡେକର ବସ୍‌ ରାଜଧାନୀରେ ଚାଲିବାକୁ ସରକାର ବ୍ୟବସ୍ଥା କରିଛନ୍ତି।

ସେହିପରି ରାଜ୍ୟ ସରକାର ୨୫ଟି ଶ୍ରୀମନ୍ଦିର ପ୍ରଶାସନ ବସ୍‌ର ମଧ୍ୟ ଶୁଭାରମ୍ଭ କରିଛନ୍ତି। ଏହି ବସ୍‌ଗୁଡ଼ିକ ପୁରୀ ସହର ଭିତରେ ଚାଲିବ। ଡବଲ ଡେକର ବସ୍‌ରେ ପ୍ରବାସୀମାନେ ଯାତାୟାତ କରିବେ। ଏହି ବସ୍‌ର ଶୁଭାରମ୍ଭ ଅବସରରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଭୁ‌ବନେଶ୍ବର ଏକାମ୍ର ବିଧାୟକ ବାବୁ ସିଂହ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।
ଏସ୍‌ଜେଟିଏ ବସ୍ ଭଡ଼ା ସାଧାରଣ ମୋ ବସ୍ ଭଡ଼ା ଭଳି ଥିବାବେଳେ ଡବଲ ଡେକର ବସ୍ ଭଡ଼ା ସର୍ବନିମ୍ନ ମୂଲ୍ୟ ୩୦ ଟଙ୍କାରୁ ସର୍ବାଧିକ ୧୭୦ ଟଙ୍କା ସହିତ ଏକ୍ସପ୍ରେସ୍ ସେବା ଭାବରେ ଗତି କରିବ। ସେପରି ହପ୍ ଅନ୍ ହପ୍ ଅଫ୍ ଇ-ବସ୍‌ରେ ମାତ୍ର ୨୦୦ ଟଙ୍କା ମୂଲ୍ୟରେ ଦୈନିକ ପାସ୍ କରି ଯାତ୍ରୀମାନେ ଏହାର ନିର୍ଦ୍ଦିଷ୍ଟ ବସ୍ ରୁଟ୍‌ରେ ଅନବରତ ଯାତ୍ରା କରିବାର ସୁଯୋଗ ନେଇପାରିବେ।

Leave A Reply

Your email address will not be published.