ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଏବେ ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି

0

ଭୁବନେଶ୍ବର: ଏଣିକି ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି। ରାଜ୍ୟ ସରକାରଙ୍କ ” ଓଡ଼ିଶା ଭର୍ଚୁଆଲ ଏକାଡେମୀ ” ପକ୍ଷରୁ ସଂଚାଳିତ ଏବଂ ବିଶେଷଜ୍ଞଙ୍କ ଦ୍ଵାରା ହୋଇଥିବା ନୂଆ ପ୍ରୟାସ ସଫଳ ହୋଇଛି। ଏବେ ଡିଜିଟାଲ ପ୍ଲାଟଫର୍ମରେ ସାନ୍ତାଳୀ ଲିପି ବି ଲେଖିହେବ। ଏହାଦ୍ୱାରା ଆଦିବାସୀ ଭାଇଭଉଣୀ ଅତି ସହଜରେ ନିଜ ଭାଷା ପ୍ରୟୋଗ କରି ଡିଜିଟାଲ ପ୍ଲାଟଫର୍ମରେ ନିଜର ଭାବନାକୁ ପରିପ୍ରକାଶ କରିପାରିବେ। କାରଣ ଆମେ ମାନେ ସାଧାରଣତଃ ଫୋନ୍, ୱେବ୍, କମ୍ପ୍ୟୁଟର ଆଦିରେ ଓଡ଼ିଆ,ହିନ୍ଦୀ, ଇଂରାଜୀ, ସ୍ପେନ ଆଦି ଭାଷା ବ୍ୟବହାର କରିଥାଉ। ମାତ୍ର ଆଦିବାସୀମାନେ ନିଜ ଭାବନା ପରିପ୍ରକାଶ କରିବା ନିମନ୍ତେ ସାନ୍ତାଳୀ ଭାଷାର ବ୍ୟବହାର କରିଥାନ୍ତି ।

ଡିଜିଟାଲ ପ୍ଲାଟଫର୍ମରେ ଏହି ଭାଷା ଉପଲବ୍ଧ ନ ଥିବାରୁ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ ଆଦିବାସୀ ସମ୍ପ୍ରଦାୟ ଲୋକେ। ଆଉ ରାଜ୍ୟ ସରକାରଙ୍କର ଏହି ସ୍ୱାଗତଯୋଗ୍ୟ ପଦକ୍ଷେପ ଯୋଗୁଁ ଆଦିବାସୀ ସମ୍ପ୍ରଦାୟଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି।

Leave A Reply

Your email address will not be published.