ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ନିର୍ଦ୍ଦୋଷରେ ଖଲାସ ହେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ

0

ଭୁବନେଶ୍ବର: ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ସମସ୍ତ ମାମଲାରେ ଦୋଷମୁକ୍ତ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ। ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ। ଟାଟାରେ ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଛନ୍ତି ସାଂସଦ ପ୍ରଦୀପ ପାଣିଗ୍ରାହୀ। ଗତକାଲି ୨ଟି ମାମଲାରେ ଦୋଷମୁକ୍ତ ହୋଇଥିବା ବେଳେ ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି କୋର୍ଟ।

ସୂଚନାଯୋଗ୍ୟ, ଗୋପାଳପୁରର ବିଧାୟକ ଥିବା ସମୟରେ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ନାମରେ ଟାଟା କମ୍ପାନୀରେ ଚାକିରି ଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା। ଚାକିରି କରାଇଦେବା ନାଁରେ ପ୍ରଦୀପ ଟଙ୍କା ନେଇଥିବା ଅଭିଯୋଗ କରି ୫ ଜଣ ଥାନାରେ ମାମଲା ଦାଏର କରିଥିଲେ। ବ୍ରହ୍ମପୁର ସହରର ବୈଦ୍ୟନାଥପୁର ଥାନାରେ କାର୍ତ୍ତିକ ପ୍ରଧାନ ନାମକ ଜଣେ ବ୍ୟକ୍ତି ଅଭିଯୋଗ କରିଥିବା ବେଳେ ଗୋଳନ୍ଥରା ଥାନାରେ ଲକ୍ଷ୍ମୀ ନାୟକ ନାମ୍ନୀ ଜଣେ ମହିଳାଙ୍କ ସହ ଆଉ ତିନି ଜଣଙ୍କ ଅଭିଯୋଗ କ୍ରମେ ମାମଲା ରୁଜୁ ହୋଇଥିଲା। ଗତ ୨୦୨୦ ମସିହା ନଭେମ୍ବର ମାସରେ ଏନେଇ କଟକ ସାଇବର ଥାନାରେ ମାମଲା ରୁଜୁ ହୋଇଥିଲା। ତଦନ୍ତ ପରେ ପ୍ରଦୀପଙ୍କ ନାଁରେ ୫ଟି ମାମଲା ରୁଜୁ କରାଯାଇ ତାଙ୍କୁ ଗିରଫ କରାଯାଇଥିଲା। ଏହାପରେ ବିଜେଡିରୁ ତାଙ୍କୁ ବହିଷ୍କାର ମଧ୍ୟ କରାଯାଇଥିଲା।
୪ଟି ମାମଲାରେ ପ୍ରଦୀପ ପାଣିଗ୍ରାହୀ ଏକୁଟିଆ ମୁଦାଲା ଥିବା ବେଳେ ଅନ୍ୟ ମାମଲାରେ ଆକାଶ ପାଠକ ଓ ଅଭୟ ପାଠକ ବି ମୁଦାଲା ଥିଲେ। ଏନେଇ ଗୋଳନ୍ଥରା ଥାନାରେ ୪ଟି ଓ ବୈଦ୍ୟନାଥପୁର ଥାନାରେ ଗୋଟିଏ ମାମଲା ହୋଇଥିଲା। ମଙ୍ଗଳବାର ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଓ ଗୋଳନ୍ଥରା ଥାନାରେ ଥିବା ଦୁଇଟି ଠକେଇ ମାମଲାର ଶୁଣାଣି ହୋଇଥିଲା।

ତେବେ ପୂର୍ବ ସରକାରଙ୍କ ଚାପର ଶିକାର ହୋଇ କେସ୍‌ ଦେଇଥିବା ନେଇ ଅଭିଯୋଗକାରୀ କୋର୍ଟରେ ବୟାନ ରଖିବା ପରେ ଏବେ ଗତକାଲି ତାଙ୍କୁ ୨ଟି ମାମଲାରେ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଥିଲେ। ଅନ୍ୟପଟେ ପ୍ରଦୀପଙ୍କ ସହ ଅଭିଯୁକ୍ତ ଥିବା ପୂର୍ବତନ ‘ଆଇଏଫଏସ’ ଅଭୟ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କୁ ମଧ୍ୟ ନିର୍ଦ୍ଦୋଷରେ ଖଲାସ କରିଥିଲେ କୋର୍ଟ। ଆଜି ଅନ୍ୟ ୩ଟି ମାଲାରେ ରାୟ ପ୍ରକାଶ କରି ପ୍ରଦୀପ ପାଣିଗ୍ରାହୀଙ୍କୁ ଦୋଷମୁକ୍ତ କରିଛନ୍ତି କୋର୍ଟ।

Leave A Reply

Your email address will not be published.