ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ଓଡ଼ିଶାରେ ହେବ ମେଗା ଆଇଟି ହବ୍; କେନ୍ଦ୍ରମନ୍ତ୍ରୀ

0

ଭୁବନେଶ୍ବର: ଗୁରୁବାର କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବଡ ଘୋଷଣା କରିଛନ୍ତି। ଆସନ୍ତା ତିନି ବର୍ଷ ମଧ୍ୟରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି)ର ଏକ ବଡ଼ ହବ୍‌ରେ ପରିଣତ କରାଯିବ। ଓଡ଼ିଶାରେ ଏକ ବିଶ୍ୱସ୍ତରୀୟ ଆଇଟି ପ୍ରଶିକ୍ଷଣ ପ୍ରତିଷ୍ଠାନ ସ୍ଥାପନ କରିବା ପ୍ରସ୍ତାବ କେନ୍ଦ୍ର ସରକାରଙ୍କ ବିଚାରାଧୀନ ରହିଛି । ଓଡ଼ିଶାକୁ ଏକ ମେଗା ଆଇଟି ହବରେ ପରିଣତ କରିବା ପାଇଁ ସମସ୍ତ ପ୍ରକାରର ପଦକ୍ଷେପ ନିଆଯାଉଛି। ସେମିକଣ୍ତକ୍ଟର, ଏଆଇ କ୍ଷେତ୍ର ପାଇଁ ଯୁବକ ଏବଂ ଯୁବତୀଙ୍କୁ ପ୍ରଶିକ୍ଷଣ ଦିଆଯିବ। ତେବେ ଆଇଟି ହବ ନେଇ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିବା ନେଇ ଗୁରୁବାର ୧୮ତମ ପ୍ରବାସୀ ଭାରତୀୟ ଦିବସ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ।

ଓଡ଼ିଶାରେ ଏକ ବିଶ୍ୱସ୍ତରୀୟ ଆଇଟି ପ୍ରଶିକ୍ଷଣ ପ୍ରତିଷ୍ଠାନ ସ୍ଥାପନ ପାଇଁ ଜମି ସହିତ ଅନ୍ୟାନ୍ୟ ସବୁପ୍ରକାରର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ସେମି କଣ୍ଡକ୍ଟର ଶିଳ୍ପ ପ୍ରତିଷ୍ଠା ପାଇଁ ମଧ୍ୟ କେନ୍ଦ୍ରମନ୍ତ୍ରୀଙ୍କ ସହଯୋଗ ଲୋଡ଼ିଛନ୍ତି। ଓଡ଼ିଶାରେ ଯେପରି ଅଧିକରୁ ଅଧିକ ଆଇଟି କମ୍ପାନୀ ପୁଞ୍ଜିବିନିଯୋଗ କରିବେ ସେଥିପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ସହଯୋଗ ଲୋଡ଼ିଛନ୍ତି।

ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ, ‘କେନ୍ଦ୍ର ଏବଂ ରାଜ୍ୟ ସରକାର ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟାର ଏକ ବଡ଼ ହବ୍‌ କରିବା ପାଇଁ ମିଳିତ ଭାବରେ କାର୍ଯ୍ୟ କରୁଛନ୍ତି। ଆମେ ଦୁଇ ତିନି ମାସ ଭିତରେ ଏହି ସମ୍ପର୍କରେ ପ୍ରକ୍ରିୟା ଆରମ୍ଭ କରିବୁ। ଓଡ଼ିଶାରେ ଆଇଟି ଷ୍ଟାର୍ଟଅପର ବିକାଶ ପାଇଁ ୪ଟି ବୈଷୟିକ ଅନୁଷ୍ଠାନରେ ‘ଚିପ୍ ଟୁ ଷ୍ଟାର୍ଟଅପ୍‌’କାର୍ଯ୍ୟକ୍ରମ କରାଯାଉଛି । ଏହି ଅନୁଷ୍ଠାନଗୁଡ଼ିକ ହେଉଛି- ଆଇଆଇଟି ଭୁବନେଶ୍ୱର, ଏନଆଇଟି ରାଉରକେଲା, ଆଆଇଆଇଟି ଭୁବନେଶ୍ୱର ଓ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ବ୍ରହ୍ମପୁର ବୋଲି କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଥିଲେ।

Leave A Reply

Your email address will not be published.