ପ୍ରମୁଖ ଖବର

ପ୍ରେସର ବୋମା ବିସ୍ଫୋରଣରେ ଯବାନ ସହିଦ
କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ
ଇସ୍ରାଏଲରେ ଚାକିରି ଦେବା ନାଁରେ ଠକେଇ, ନକଲି ସାକ୍ଷାତକାର ବେଳେ ୩ ଗିରଫ
ସମ୍ବଲପୁରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
ଝାଡ଼ଖଣ୍ଡରେ ପୋଲିସ ଏନକାଉଣ୍ଟର, ୮ ନକ୍ସଲ ନିପାତ
ସରକାରଙ୍କୁ ଡାକ୍ତରଙ୍କ ଚେତାବନୀ; ୭ ଦଫା ଦାବି ପୂରଣ ନହେଲେ ସମୂହ ଇସ୍ତଫା

ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଏଠାରେ ଆଜି ଉଦ୍‌ଘାଟିତ ହୋଇଥିବା ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗଦାନ ପାଇଁ ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମେଘାଳୟର ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଗ୍ରିକଲଚରାଲ ରିସର୍ଚ୍ଚ (ଆଇସିଏଆର) ପରିସରର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେବା ପରେ ଗୁଆହାଟୀ ବିମାନବନ୍ଦରରୁ ବାୟୁସେନାର ସ୍ଵତନ୍ତ୍ର ବିମାନରେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ଓଡ଼ିଶାର କଳାକାରମାନେ ବିମାନବନ୍ଦର ସାମ୍ନାରେ ପାରଂପରିକ ଓ ସାଂସ୍କୃତିକ ଗୀତ, ନୃତ୍ୟ ଓ ବାଦ୍ୟ ସହିତ ସ୍ବାଗତ କରିଛନ୍ତି।

ସୂଚନା ଅନୁସାରେ, ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିଥିଲେ। ତା’ପରେ ରାଷ୍ଟ୍ରପତି ସିଧାସଳଖ ରାଜଭବନ ଯାଇଛନ୍ତି ଓ ସେଠାରେ ରାତ୍ରିଯାପନ କରିବେ। ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସମାରୋହରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଯୋଗ ଦେଇ ପ୍ରବାସୀ ଭାରତୀୟଙ୍କୁ ସେମାନଙ୍କର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ‘ପ୍ରବାସୀ ଭାରତୀୟ ସମ୍ମାନ’ରେ ସମ୍ବର୍ଦ୍ଧିତ କରିବାର କାର୍ଯ୍ୟକ୍ରମ ରହିଛି। ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଏହି ସମ୍ମାନ ପାଇବାକୁ ଥିବା ବ୍ୟକ୍ତିବିଶେଷଙ୍କ ନାମ ଘୋଷଣା ସରିଛି।

ସୂଚନାଯୋଗ୍ୟ, ଏହି ୩ଦିନିଆ ସମାରୋହକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନୁଷ୍ଠାନିକ ଉଦଘାଟନ କରିଥିଲେ । ଜନତା ମଇଦାନରେ ଆୟୋଜିତ ଏହି ସମାରୋହରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ମୋଦି ଗତକାଲି ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଂଚିଥିଲେ ।

Leave A Reply

Your email address will not be published.