ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଏଠାରେ ଆଜି ଉଦ୍‌ଘାଟିତ ହୋଇଥିବା ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗଦାନ ପାଇଁ ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମେଘାଳୟର ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଗ୍ରିକଲଚରାଲ ରିସର୍ଚ୍ଚ (ଆଇସିଏଆର) ପରିସରର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେବା ପରେ ଗୁଆହାଟୀ ବିମାନବନ୍ଦରରୁ ବାୟୁସେନାର ସ୍ଵତନ୍ତ୍ର ବିମାନରେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ଓଡ଼ିଶାର କଳାକାରମାନେ ବିମାନବନ୍ଦର ସାମ୍ନାରେ ପାରଂପରିକ ଓ ସାଂସ୍କୃତିକ ଗୀତ, ନୃତ୍ୟ ଓ ବାଦ୍ୟ ସହିତ ସ୍ବାଗତ କରିଛନ୍ତି।

ସୂଚନା ଅନୁସାରେ, ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିଥିଲେ। ତା’ପରେ ରାଷ୍ଟ୍ରପତି ସିଧାସଳଖ ରାଜଭବନ ଯାଇଛନ୍ତି ଓ ସେଠାରେ ରାତ୍ରିଯାପନ କରିବେ। ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସମାରୋହରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଯୋଗ ଦେଇ ପ୍ରବାସୀ ଭାରତୀୟଙ୍କୁ ସେମାନଙ୍କର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ‘ପ୍ରବାସୀ ଭାରତୀୟ ସମ୍ମାନ’ରେ ସମ୍ବର୍ଦ୍ଧିତ କରିବାର କାର୍ଯ୍ୟକ୍ରମ ରହିଛି। ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଏହି ସମ୍ମାନ ପାଇବାକୁ ଥିବା ବ୍ୟକ୍ତିବିଶେଷଙ୍କ ନାମ ଘୋଷଣା ସରିଛି।

ସୂଚନାଯୋଗ୍ୟ, ଏହି ୩ଦିନିଆ ସମାରୋହକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନୁଷ୍ଠାନିକ ଉଦଘାଟନ କରିଥିଲେ । ଜନତା ମଇଦାନରେ ଆୟୋଜିତ ଏହି ସମାରୋହରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ମୋଦି ଗତକାଲି ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଂଚିଥିଲେ ।

Leave A Reply

Your email address will not be published.