ପ୍ରମୁଖ ଖବର

ପ୍ରତିରକ୍ଷା କ୍ଷେତ୍ରରେ ୨.୧୨ ଲକ୍ଷ କୋଟିର କ୍ରୟ ପ୍ରସ୍ତାବକୁ ମଞ୍ଜୁରି
ଆର୍‌ଜି କର ମାମଲା: ସିବିଆଇ ବିରୋଧୀ ଅଭିଯାନରୁ ଦୂରେଇଲେ ପୀଡ଼ିତାଙ୍କ ମା’
ମୋଦୀଙ୍କ ପିତାଙ୍କୁ ନେଇ ଟିପ୍ପଣୀ ପ୍ରସଙ୍ଗ: କଂଗ୍ରେସକୁ ଟାର୍ଗେଟ୍‌ କଲେ ବିଜେପି ଅଧ୍ୟକ୍ଷ
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ: ପୀୟୂଷ ଗୋୟଲ
ଏଣିକି E100 ଇନ୍ଧନରେ ଚାଲିବ ଗାଡ଼ି! ନିୟମରେ ସଂଶୋଧନ କଲେ କେନ୍ଦ୍ର ସରକାର
ନର୍ଥ ବ୍ଲକ୍‌ରେ ଅଗ୍ନିକାଣ୍ଡ, ନିଆଁ ଲିଭାଇଲେ ଅଗ୍ନିଶମ କର୍ମଚାରୀ
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ ଅର୍ଣ୍ଣବ ‘

ଧରାପଡ଼ିଲେ ରସୁଲଗଡ଼ ହତ୍ୟାକାଣ୍ଡ ଅଭିଯୁକ୍ତ; ମହିଳାଙ୍କ ସହ ୩ ଗିରଫ

0

ଭୁବନେଶ୍ବର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ। ଗିରଫ ଅଭିଯୁକ୍ତମାନେ କେଦାରପଲ୍ଲୀ ବସ୍ତି ବାସ୍ତିନ୍ଦା ବୋଲି ଜଣାପଡିଛି। ଏମାନେ ପୂର୍ବରୁ ଜେଲ୍‌ ଯାଇଥିଲେ। ବ୍ରାଉନ୍‌ସୁଗାର ବ୍ୟବସାୟ ଏବଂ ପୂର୍ବ ଶତୃତାକୁ ନେଇ ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି। ଯେଉଁ କାରଣରୁ ଏହି ହତ୍ୟା କାଣ୍ଡ ଯୋଜନାବଦ୍ଧ ଥିଲା ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ, ଗିରଫ ହୋଇଥିବା ମହିଳା ଜଣକ ଲିପିକା। ସେ ସହଦେବଙ୍କୁ ହତ୍ୟା କରିବାକୁ ସୁପାରି ଦେଇଥିଲେ। ସହଦେବ ସଫେଇ କର୍ମଚାରୀ ସଂଘ ସଭାପତି ଥିଲେ। ସେ ମଧ୍ୟ କେଦାରପଲ୍ଲୀ ବସ୍ତି ଅଞ୍ଚଳରେ ରହୁଥିଲେ। ଏହା ସହ ସେ ପୋଲିସ ମିତ୍ର ଭାବେ ମଧ୍ୟ କାର୍ଯ୍ୟ କରୁଥିବା କୁହାଯାଉଛି।

କେଦାରପଲ୍ଲୀରେ ରହୁଥିବା ସହଦେବ ନାୟକ ଅନ୍ୟ ଦିନ ଭଳି ଆଜି ସକାଳୁ ଝିଅକୁ ସ୍କୁଲକୁ ଛାଡ଼ିବାକୁ ଯାଇଥିଲେ। ଝିଅକୁ ସ୍କୁଲରେ ଛାଡ଼ି ଘରକୁ ଫେରିବା ବାଟରେ ଦୁର୍ବୃତ୍ତଙ୍କ ହାବୁଡ଼ରେ ପଡ଼ିଥିଲେ। ରସୁଲଗଡ଼ ଓଭରବ୍ରିଜ୍‌ ରେ ଦୁର୍ବୃତ୍ତମାନେ ଅତର୍କିତ ଆକ୍ରମଣ କରିଥିଲେ। ଜୀବନ ବଞ୍ଚାଇବା ପାଇଁ ସହଦେବ ଆକୁଳ ନିବେଦନ କରୁଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ବାରମ୍ବାର ଖଣ୍ଡାରେ ହାଣି ଚାଲିଥିଲେ। ଅଳ୍ପ ସମୟ ମଧ୍ୟରେ ସହଦେବଙ୍କ ଶରୀରରୁ ମୁଣ୍ଡକୁ ଅଲଗା କରିଦେଇଥିଲେ। ରସୁଲଗଡ଼ରୁ ବାଣୀବିହାର ବିହାର ରାସ୍ତାରେ ଯୁବକଙ୍କ ମୁଣ୍ଡ ରାସ୍ତାରେ ପଡ଼ିଥିଲା। ଯାହାକୁ ଦେଖି ରାସ୍ତାରେ ଯାଉଥିବା ଲୋକ ଦେଖି ଭୟଭୀତ ହୋଇଯାଉଥିଲେ।

ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କ ହତ୍ୟାକାଣ୍ଡକୁ ନେଇ ତାଙ୍କ ସ୍ତ୍ରୀ ସାଂଘାତିକ ଅଭିଯୋଗ କରିଥିଲେ। ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା କାନ୍ଦି କାନ୍ଦି ଅଭିଯୋଗ କରିଥିଲେ ମୃତ ସହଦେବଙ୍କ ସ୍ତ୍ରୀ। ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ କରିଥିଲେ।

Leave A Reply

Your email address will not be published.