ପ୍ରମୁଖ ଖବର

ମାର୍ଚ୍ଚରୁ ଆରମ୍ଭ ହେବ ବାରିପଦାରୁ ଭୁବନେଶ୍ଵର ଏୟାର ଟ୍ୟାକ୍ସି ସେବା
ବଳଦେବଜୀଉଙ୍କ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ମଞ୍ଜୁର
ପଶ୍ଚିମବଙ୍ଗ ନିର୍ବାଚନରେ ନିୟୋଜିତ ହେବାକୁ ଥିବା ସିଏପିଏଫ୍‍ କର୍ମଚାରୀଙ୍କ ଯାନବାହାନରେ ଲାଗିବ ଜିପିଏସ୍‍
ଏନସିଇଆରଟିର ୮ମ ଶ୍ରେଣୀ ପାଠ୍ୟପୁସ୍ତକକୁ ନେଇ ସୁପ୍ରିମକୋର୍ଟର ଅସନ୍ତୋଷ
ଦିଲ୍ଲୀ କୋର୍ଟଙ୍କ ନିର୍ଦ୍ଦେଶ: ଶିଖର ଧାୱନଙ୍କୁ ୫.୨ କୋଟି ଟଙ୍କା ଫେରାଇବେ ପୂର୍ବତନ ପତ୍ନୀ
ଇସ୍ରାଏଲ୍‌ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
କୁବେର ଖଣି ଅଧିକାରୀ ଦେବବ୍ରତ ମହାନ୍ତି ଗିରଫ,ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା

ସାମ୍ବାଦିକଙ୍କୁ ମାଡ଼ ମାରି ଜେଲ ଗଲେ ଏସ୍‌ଡିଓ

0

କଣ୍ଟାବାଞ୍ଜି: ସାମ୍ବାଦିକଙ୍କୁ ମାଡ଼ ମାରିବା ପଡିଲା ମାହାଙ୍ଗା। ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ କଣ୍ଟାବାଞ୍ଜି ଇଲେକ୍ଟ୍ରି ଏସ୍‌ଡିଓ ଜଗନ୍ନାଥ ପତି ଓ ମୁରିବାହାଲ ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ ଚିନ୍ମୟ ସାହୁଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏହା ସହିତ ଦୁଇ ଜଣଙ୍କୁ ଚାକିରିରୁ ମଧ୍ୟ ନିଲମ୍ବନ କରାଯାଇଥିବା ଜଣାପଡିଛି।

ବୁଧବାର ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା ଉପରେ ଅଧିକାରୀଙ୍କ ମତାମତ ନେବାକୁ ଯାଇଥିବା ସମୟରେ ମଦ ପିଇ ମାତାଲ ଅବସ୍ଥାରେ ଥିବା କଣ୍ଟାବାଞ୍ଜି ଇଲେକ୍ଟ୍ରି ଏସଡିଓ ଜଗନ୍ନାଥ ପତି ଓ ମୁରିବାହାଲ ବିଦ୍ୟୁତ୍‌ ବିଭାଗର ଯନ୍ତ୍ରୀ ଚିନ୍ମୟ ସାହୁ ଟିଟିଲାଗଡ଼ର ଗଣମାଧ୍ୟମ ପ୍ରତିନିଧି ଅବିନାଶ ନନ୍ଦ, ସଞ୍ଜୟ ବେହେରା ଓ ତରୁଣ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଆକ୍ରମଣର ଭିଡିଓ ମଧ୍ୟ ଭାଇରାଲ ହୋଇଥିଲା। ଏହି ଘଟଣାକୁ ନେଇ ଟିଟିଲାଗଡ଼ ଥାନା ପୋଲିସ ମାମଲା ରୁଜୁ କରି ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଜାମିନ ନାମଞ୍ଜୁର ହେବାରୁ ଉଭୟ ଯନ୍ତ୍ରୀଙ୍କୁ ଜେଲ ପଠାଇ ଦିଆଯାଇଥିବା ଜଣାପଡିଛି।

Leave A Reply

Your email address will not be published.