ପ୍ରମୁଖ ଖବର

ପ୍ରତିରକ୍ଷା କ୍ଷେତ୍ରରେ ୨.୧୨ ଲକ୍ଷ କୋଟିର କ୍ରୟ ପ୍ରସ୍ତାବକୁ ମଞ୍ଜୁରି
ଆର୍‌ଜି କର ମାମଲା: ସିବିଆଇ ବିରୋଧୀ ଅଭିଯାନରୁ ଦୂରେଇଲେ ପୀଡ଼ିତାଙ୍କ ମା’
ମୋଦୀଙ୍କ ପିତାଙ୍କୁ ନେଇ ଟିପ୍ପଣୀ ପ୍ରସଙ୍ଗ: କଂଗ୍ରେସକୁ ଟାର୍ଗେଟ୍‌ କଲେ ବିଜେପି ଅଧ୍ୟକ୍ଷ
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ: ପୀୟୂଷ ଗୋୟଲ
ଏଣିକି E100 ଇନ୍ଧନରେ ଚାଲିବ ଗାଡ଼ି! ନିୟମରେ ସଂଶୋଧନ କଲେ କେନ୍ଦ୍ର ସରକାର
ନର୍ଥ ବ୍ଲକ୍‌ରେ ଅଗ୍ନିକାଣ୍ଡ, ନିଆଁ ଲିଭାଇଲେ ଅଗ୍ନିଶମ କର୍ମଚାରୀ
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ ଅର୍ଣ୍ଣବ ‘

କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ

0

ଭୁବନେଶ୍ବର: କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ। ଜାନୁଆରୀ ୧୩ ତାରିଖରୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ ମହାକୁମ୍ଭ ମେଳା। ଏହି ମେଳାରେ କୋଟିକୋଟି ଶ୍ରଦ୍ଧାରଳୁ ଯୋଗଦେଇ ଗଙ୍ଗାରେ ବୁଡ ପକାଇବେ। ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟପକ ବ୍ୟବସ୍ଥା କରାଯାଇଥିବା ବେଳେ ଏବେଠାରୁ ଭିଡ ଜମିଲାଣି।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ସ୍ୱତନ୍ତ୍ର ହାଇ-ଏଣ୍ଡ ପ୍ରିମିୟମ ଓଏସଆରଟିସି ବସ୍ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁର ଭଳି ରାଜ୍ୟର ବିଭିନ୍ନ ସହରରୁ ଅଯୋଧ୍ୟା ଯାତ୍ରା ଆରମ୍ଭ କରିବ। ଓଡ଼ିଶାରୁ କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ହାଇ-ଏଣ୍ଡ ପ୍ରିମିୟମ ଓଏସଆରଟିସି ବସ୍ ସେବା ଜାନୁଆରୀ ୧୩ ରୁ ଜାନୁୟାରୀ ୨୬ ପର୍ୟ୍ୟନ୍ତ ଉପଲବ୍ଧ ହେବ।

ସ୍ୱତନ୍ତ୍ର ଓଏସଆରଟିସି ବସ୍ ରେ କୁମ୍ଭମେଳା ଯାତ୍ରା କରିବାକୁ ଆଗ୍ରହୀ ବ୍ୟକ୍ତିମାନେ ଓଏସଆରଟିସି ୱେବସାଇଟ୍ ଏବଂ ମୋବାଇଲ୍ ଆପ୍ ରୁ ଆଗୁଆ ଟିକେଟ ବୁକ୍ କରିପାରିବେ। ଯାତ୍ରୀଙ୍କ ପାଇଁ ରାଜ୍ୟ ସରକାର ଏକ ୨୪ ଘଣ୍ଟିଆ ହେଲ୍‌ପଲାଇନ ବ୍ୟବସ୍ଥା କରାଯାଇଛି।

Leave A Reply

Your email address will not be published.