ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସୁଭଦ୍ରା ପୋର୍ଟାଲରୁ ନାମ ବାଦ ହୋଇଯାଇଥିଲେ କରିହେବ ପୁନଃସାମିଲ

0

ଭୁବନେଶ୍ୱର: ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି। ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମରୁ ବାଦ (OPT OUT) ହୋଇଯାଇଥିଲେ ସେମାନେ ପୁନର୍ବାର ସୁଭଦ୍ରାରେ ସାମିଲ ହେବାର ସୁଯୋଗ ପାଇପାରିବେ।

ଏହି ସୁବିଧା ଉପଲବ୍ଧ ହେବା ପରେ ପ୍ରାୟ ୮୦୦୦ ରୁ ଅଧିକ ଆବେଦନକାରୀ ସୁଭଦ୍ରାରେ ପୁନଃସାମିଲ ହୋଇସାରିଛନ୍ତି। ତେଣୁ ଯେଉଁ ମାନେ ଭୁଲରେ ନାମ ବାଦ (OPT OUT) ହୋଇଯାଇଥିଲେ, ସେମାନେ ଏହାର ସୁବିଧା ନେବାକୁ ମହିଳା ଏବ ଶିଶୁ ବିକାଶ ବିଭାଗ ତରଫରୁ ସୂଚନା ଦିଆଯାଇଛି। ସେହିପରି ଖୁବ ଶୀଘ୍ର ଚତୁର୍ଥ ପର୍ଯ୍ୟାୟ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ କରାଯିବ। ହେଲେ ଏବେ ବି ଦୁଇ ଲକ୍ଷ ରୁ ଊଦ୍ଧ୍ୱର୍ ଆବେଦନକାରୀ ସେମାନଙ୍କର ଇ-କେୱାସି (e-KYC) କରିନାହାନ୍ତି ଅବା ଓଟିପି ମାଧ୍ୟମରେ ଇ-କେୱାସି କରିଛନ୍ତି। ଯୋଗ୍ୟ ବିବେଚିତ ହେଲେ ମଧ୍ୟ ସେମାନେ ଅର୍ଥରାଶି ପାଇବାରେ ଅସୁବିଧା ହେବ। ତେଣୁ ତୁରନ୍ତ ସେମାନେ ନିକଟସ୍ଥ ଜନସେବା କେନ୍ଦ୍ର ବା ମୋ ସେବା କେନ୍ଦ୍ର କୁ ଯାଇ ବାୟୋମେଟି୍ରକ୍‌ (bio-metric) ପଦ୍ଧତିରେ ନିଜର ଇ-କେୱାସି କରିନେବାକୁ ବିଭାଗ ତରଫରୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.