ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ଫଟୋ

0

ପୁରୀ; ପୁଣି ଭାଇରାଲ ହେଲା ଶ୍ରୀମନ୍ଦିରର ଭିତର ଫଟୋ। ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ ହୋଇଛି। ସାମାଜିକ ଗଣମାଧ୍ୟମରେ ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋକୁ ଜଣେ ଯୁବକ ଭାଇରାଲ କରିଥିବା ସୂଚନା ମିଳିଛି।

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହେବା ପରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଏହାକୁ ନେଇ କଡା ପ୍ରତିକ୍ରିୟା ପ୍ରକାଶ ପାଇଛି। ନିକଟରେ ଗତ ଜାନୁଆରୀ ୫ ତାରିଖ ଦିନ ଶ୍ରୀମନ୍ଦିରେ ଉପରେ ଡ୍ରୋନ ଉଡ଼ିଥିଲା। ଶ୍ରୀମନ୍ଦିର ମେଘନାଦ ପାଚେରୀ, ଦଧିନଉତି, ନୀଳଚକ୍ର ସବୁଠି ଅଟକି ଅଟକି ଭିଡିଓ ଶୁଟ୍ କରିଥିଲା। ଏମିତିକି ବେଶ ତଳକୁ ଓହ୍ଲାଇ ବି ଭିଡିଓ ରେକର୍ଡ କରିଥିବା ଜଣାପଡ଼ିଛି। ଏସବୁକୁ ବାହାରେ ଥିବା ଶ୍ରଦ୍ଧାଳୁ ଦେଖିଥିଲେ ଓ ନିଜ ଫୋନରେ ରେକର୍ଡିଂ ବି କରିଥିଲେ। ପ୍ରାୟ ଅଧଘଣ୍ଟା ଧରି ଡ୍ରୋନ୍ ଉଡ଼ିଲା, ହେଲେ ପୁଲିସ୍ କିମ୍ବା ଶ୍ରୀମନ୍ଦିର ପ୍ରଶାସନର କୌଣସି ଅଧିକାରୀ ଏସମ୍ପର୍କରେ ଟିକିଏ ବି ଟେର ପାଇଲେନି।

Leave A Reply

Your email address will not be published.