ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

0

ନୂଆଦିଲ୍ଲୀ: ଓଡ଼ିଶାରେ ଖୁବଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା। ଏଥିପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ ପାଇଁ ସୋମବାର ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି। ଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି। ବିଜ୍ଞାନ ଭବନରେ ଆୟୋଜିତ ଏହି ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଅଶ୍ୱିନ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଏହି ନୂଆ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ଗୋଟିଏ କାର୍ଡ ଦିଆଯିବ ବୋଲି ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଏହି ଅବସରରେ ସୂଚନା ଦେଇଛନ୍ତି।

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ସାମିଲ ହେବା ପରେ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ସୋସିଆଲ ମିଡ଼ିଆ ଏକ୍ସରେ ଲେଖିଛନ୍ତି, ଏହା ବାସ୍ତବରେ ଏକ ବିଡ଼ମ୍ବନା ଯେ ଓଡ଼ିଶାର ମୋର ଭଉଣୀ ଏବଂ ଭାଇମାନେ ପୂର୍ବ ସରକାର ଦ୍ୱାରା ଆୟୁଷ୍ମାନ ଭାରତର ଲାଭରୁ ବଞ୍ଚିତ ହୋଇଥିଲେ। ଏହି ଯୋଜନା ଉଚ୍ଚ ମାନର ସ୍ୱାସ୍ଥ୍ୟସେବା ଏବଂ ସୁଲଭ ମୂଲ୍ୟ ସୁନିଶ୍ଚିତ କରିବ। ଏହା ବିଶେଷ କରି ଓଡ଼ିଶାର ନାରୀ ଶକ୍ତି ଏବଂ ବୟସ୍କମାନଙ୍କୁ ଲାଭାନ୍ୱିତ କରିବ।

ସୂଚନାଯୋଗ୍ୟ, ଏଣିକି ଆୟୁଷ୍ମାନ ଭାରତରେ ସ୍ୱାସ୍ଥ୍ୟସେବା ପାଇବେ ଓଡ଼ିଶାବାସୀ। ଆଜି ଦିଲ୍ଲୀରେ କେନ୍ଦ୍ର ଏବଂ ରାଜ୍ୟ ସରକାର ଭିତରେ ଏମଓୟୁ ସ୍ବାକ୍ଷର ହୋଇଥିବାବେଳେ ରାଜ୍ୟର ପ୍ରାୟ ୧ କୋଟି ପରିବାରର ସାଢେ ୩ କୋଟି ଲୋକ ଏହି ଯୋଜନାରେ ଉପକୃତ ହେବେ।ଆୟୁଷ୍ମାନ ଭାରତରେ ୧୯ ଶହ ୪୯ ପ୍ରକାର ମେଡିକାଲ ସେବା ସହ ମେଡିକାଲରୁ ଡିସଚାର୍ଜ ହେବା ପରର ୧୫ ଦିନ ପର୍ଯ୍ୟନ୍ତ ମଧ୍ୟ ମେଡିସିନ ସୁବିଧା ରହିଛି।

ତେବେ ରାଜ୍ୟ ଯୋଜନା ଗୋପବନ୍ଧୁ ଜନଆରୋଗ୍ୟ ଏବଂ କେନ୍ଦ୍ରର ଆୟୁଷ୍ମାନ ଭାରତ ମିଶି ଗୋଟିଏ କାର୍ଡ ଦିଆଯିବ। ଚିକିତ୍ସା କ୍ଷେତ୍ରରେ ଏହି ଯୋଜନା ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ। ହିତାଧିକାରୀ ଦେଶର ୩୦ ହଜାରରୁ ଅଧିକ ଚିକିତ୍ସାଳୟରେ ଚିକିତ୍ସା ସୁବିଧା ପାଇପାରିବେ।ପ୍ରତ୍ୟେକ ପଞ୍ଚାୟତରେ ପ୍ରତିଷ୍ଠା ହେବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରତିଷ୍ଠା ହେବ।

Leave A Reply

Your email address will not be published.