ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

0

ଭୁବନେଶ୍ବର: ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଜବତ ହୋଇଛି। ଛାତ୍ରୀ ଜଣଙ୍କ କେନ୍ଦ୍ରାପଡ଼ାର ହୋଇଥିବାବେଳେ +୨ ଦ୍ଵିତୀୟ ବର୍ଷରେ ପଢ଼ୁଥିଲେ। ମୃତ ଛାତ୍ରୀଙ୍କ ନାମ ଉତ୍କଳିକା ସ୍ୱାଇଁ । ସେ ରହୁଥିବା ରୁମ୍‌ରେ ୩ ଜଣଙ୍କ ମଧ୍ୟରୁ ଅନ୍ୟ ୨ ଜଣ ଛୁଟିରେ ଗାଁକୁ ଯାଇଛନ୍ତି। ତେବେ ଉତ୍କଳିକାଙ୍କ ମୃତ୍ୟୁ ସମ୍ପର୍କରେ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। କ୍ୟାପିଟାଲ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଚଳାଇଛି। ଛାତ୍ରୀ ଜଣକ ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଘଟଣାସ୍ଥଳରେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଓ ହଷ୍ଟେଲ କର୍ତ୍ତୃପକ୍ଷ ଉପସ୍ଥିତ ରହିଛନ୍ତି। ପୁଲିସ ଛାତ୍ରୀଙ୍କ ମୋବାଇଲ୍‌ ଜବତ କରିଛି। ସମ୍ପର୍କୀୟଙ୍କ ଉପସ୍ଥିତିରେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।

ଉତ୍କଳିକା ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୋଲିସ ସହପାଠୀ, କଲେଜ ଓ ହଷ୍ଟେଲ କର୍ତ୍ତୃପକ୍ଷଙ୍କୁ ପଚରାଉଚରା କରିଛି। କଲେଜ କର୍ତ୍ତୃପକ୍ଷଙ୍କ ସୂଚନା ଅନୁଯାୟୀ, ସେ ୨ଦିନ ତଳେ ଇଣ୍ଟରନ୍ୟାସନାଲ୍ ଓଡିଶୀ ଫେଷ୍ଟିଭାଲରେ ଯୋଗ ଦେଇଥିଲେ। ବେଳେ ବେଳେ ତାଙ୍କ ଦେହ ଖରାପ ହୋଇଯାଏ। ଅନେକ ଥର ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କ୍ୟାପିଟାଲ୍ ଥାନା ଆଇଆଇସିଙ୍କ ସୂଚନା ଅନୁଯାୟୀ, ସକାଳୁ ଆତ୍ମହତ୍ୟା ନେଇ ଖବର ମିଳିଥିଲା। ଫ୍ୟାନ୍‌ରେ ମୃତଦେହ ଝୁଲି ରହିଥିଲା।ଘଟଣାସ୍ଥଳରେ ମୃତ ଉତ୍କଳିକାଙ୍କ ପରିବାର ଲୋକେ ପହଞ୍ଚିଥିବାବେଳେ ଝିଅ କାହିଁକି ଏପରି ନିଷ୍ପତ୍ତି ନେଲେ ସେନେଇ କିଛି କହିନାହାନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସବୁକିଛି ସ୍ପଷ୍ଟ ହୋଇଯିବ ବୋଲି ପୋଲିସ କହିଛି।

Leave A Reply

Your email address will not be published.