ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ଫଟୋ

0

ପୁରୀ; ପୁଣି ଭାଇରାଲ ହେଲା ଶ୍ରୀମନ୍ଦିରର ଭିତର ଫଟୋ। ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ ହୋଇଛି। ସାମାଜିକ ଗଣମାଧ୍ୟମରେ ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋକୁ ଜଣେ ଯୁବକ ଭାଇରାଲ କରିଥିବା ସୂଚନା ମିଳିଛି।

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହେବା ପରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଏହାକୁ ନେଇ କଡା ପ୍ରତିକ୍ରିୟା ପ୍ରକାଶ ପାଇଛି। ନିକଟରେ ଗତ ଜାନୁଆରୀ ୫ ତାରିଖ ଦିନ ଶ୍ରୀମନ୍ଦିରେ ଉପରେ ଡ୍ରୋନ ଉଡ଼ିଥିଲା। ଶ୍ରୀମନ୍ଦିର ମେଘନାଦ ପାଚେରୀ, ଦଧିନଉତି, ନୀଳଚକ୍ର ସବୁଠି ଅଟକି ଅଟକି ଭିଡିଓ ଶୁଟ୍ କରିଥିଲା। ଏମିତିକି ବେଶ ତଳକୁ ଓହ୍ଲାଇ ବି ଭିଡିଓ ରେକର୍ଡ କରିଥିବା ଜଣାପଡ଼ିଛି। ଏସବୁକୁ ବାହାରେ ଥିବା ଶ୍ରଦ୍ଧାଳୁ ଦେଖିଥିଲେ ଓ ନିଜ ଫୋନରେ ରେକର୍ଡିଂ ବି କରିଥିଲେ। ପ୍ରାୟ ଅଧଘଣ୍ଟା ଧରି ଡ୍ରୋନ୍ ଉଡ଼ିଲା, ହେଲେ ପୁଲିସ୍ କିମ୍ବା ଶ୍ରୀମନ୍ଦିର ପ୍ରଶାସନର କୌଣସି ଅଧିକାରୀ ଏସମ୍ପର୍କରେ ଟିକିଏ ବି ଟେର ପାଇଲେନି।

Leave A Reply

Your email address will not be published.