ପ୍ରମୁଖ ଖବର

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ

ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର

0

ଭୁବନେଶ୍ବର: ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର। ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରାଯାଉଛି। ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି। ୨୦୦ ଏମଏଲ ଭିଟାମିନ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ଯୋଜନା ହେଉଛି। ଗିଫ୍ଟ ମିଲ୍କ ମାଧ୍ୟମରେ ୨୯ଟି ସ୍କୁଲର ୧୧୮୪ ପିଲାଙ୍କୁ ୨୦୦ ଏମ୍‌ଏଲ୍‌ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

ଏହାସହ ମନ୍ତ୍ରୀ କହିଛନ୍ତି, ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ। ଗୋକୁଳ ଯୋଜନାରେ ୩ ହଜାର ଗାଈ ଦେବାର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ପ୍ରାୟ ୩୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈ ଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି।ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଇରଙ୍ଗପୁରରେ ଗିଫ୍ଟ ମିଲ୍କ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

Leave A Reply

Your email address will not be published.