ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର

0

ଭୁବନେଶ୍ବର: ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର। ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରାଯାଉଛି। ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି। ୨୦୦ ଏମଏଲ ଭିଟାମିନ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ଯୋଜନା ହେଉଛି। ଗିଫ୍ଟ ମିଲ୍କ ମାଧ୍ୟମରେ ୨୯ଟି ସ୍କୁଲର ୧୧୮୪ ପିଲାଙ୍କୁ ୨୦୦ ଏମ୍‌ଏଲ୍‌ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

ଏହାସହ ମନ୍ତ୍ରୀ କହିଛନ୍ତି, ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ। ଗୋକୁଳ ଯୋଜନାରେ ୩ ହଜାର ଗାଈ ଦେବାର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ପ୍ରାୟ ୩୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈ ଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି।ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଇରଙ୍ଗପୁରରେ ଗିଫ୍ଟ ମିଲ୍କ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

Leave A Reply

Your email address will not be published.