ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ବନକଲାଗି ନୀତି ପାଇଁ ୫ ଘଣ୍ଟା ବନ୍ଦ ସର୍ବସାଧାରଣ ଦର୍ଶନ

0

ପୁରୀ: ଆସନ୍ତାକାଲି ତା୧୫.୧.୨୦୨୫ରିଖ, ବୁଧବାର ମାଘ କୃଷ୍ଣ ଦ୍ୱିତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ଶ୍ରୀମନ୍ଦିରରେ ଦତ୍ତ ମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ଏହି ଗୁପ୍ତସେବା ନୀତି ପାଇଁ ଦୀର୍ଘ ୫ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ। ଆସନ୍ତା କାଲି ଅର୍ଥାତ୍ ବୁଧବାର ଅପରାହ୍ନ ୫ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ।

ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ବନକଲାଗି ନୀତି ସମ୍ପନ୍ନ ପରେ ପୁନର୍ବାର ମହାପ୍ରଭୁଙ୍କର ଦର୍ଶନ ଆରମ୍ଭ ହେବ।

ସେପଟେ ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ଆରମ୍ଭ ହେବ। ଏଥିଲାଗି ସମସ୍ତ ବ୍ୟବସ୍ଥା ସରିଥିବା କହିଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଭକ୍ତ ମାନେ କିଭଳି ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ , ସେ ନେଇ ଧାଡି ଦର୍ଶନ ବ୍ୟବସ୍ଥା କରାଯିବ। ଆଉ ପରୀକ୍ଷା ମୂଳକ ନୁହେଁ , ସିଧାସଳଖ କାର୍ଯ୍ୟକାରୀ ହେବ।

Leave A Reply

Your email address will not be published.