ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଶ୍ରୀମନ୍ଦିର ରତ୍ନସିଂହାସନ ନିକଟରେ ଟଳିପଡ଼ିଲେ ସେବାୟତ

0

ପୁରୀ: ଶ୍ରୀମନ୍ଦିରରେ ଘଟିଛି ଅଘଟଣ। ସେବା କାର୍ଯ୍ୟ ବେଳେ ଟଳିପଡ଼ିଲେ ସେବାୟତ। ବୁଧବାର ଦ୍ବିପ୍ରହର ଧୂପ ପାଇଁ ରତ୍ନ ସିଂହାସନ ନିକଟରେ ପାଣି ପକାଉଥିବାବେଳେ ସୁଆରବଡୁ ସେବାୟତ ଜଗନ୍ନାଥ ମେକାପ ଟଳିପଡ଼ିଥିଲେ। ଶ୍ରୀମନ୍ଦିରରେ ଦ୍ୱିପ୍ରହର ଧୂପ ପାଇଁ ସିଂହାସନରେ ପାଣି ପକାଉଥିବା ସମୟରେ ଜଗନ୍ନାଥ ଛାତିରେ ଗଭୀର ଯନ୍ତ୍ରଣା ଅନୁଭବ କରି ଟଳି ପଡ଼ିଥିଲେ। ସେଠାରୁ ତାଙ୍କୁ ଉଦ୍ଧାର କରି ସଙ୍ଗେସଙ୍ଗେ ଚିକିତ୍ସା ନିମନ୍ତେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ଚିକିତ୍ସା କରି ମୃତ ଘୋଷଣା କରିଥିଲେ।
ଖବର ପାଇ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସ୍‌ପି ବିନୀତ ଅଗ୍ରଓ୍ବାଲ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ୍‌ଙ୍କ ସହ, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଓ ସେବାୟତ ସଦସ୍ୟ ମାନେ ଉପସ୍ଥିତ ଥିଲେ। ଜଣେ ଯୁବ ସେବକ ଭାବେ ସ୍ୱର୍ଗତଃ ଜଗନ୍ନାଥ ଶାନ୍ତ ସ୍ୱଭାବର ଥିବାବେଳେ ମହାପ୍ରଭୁଙ୍କ ସେବାକୁ ଅତ୍ୟନ୍ତ ନିଷ୍ଠାର ସହ ସମ୍ପାଦିତ କରନ୍ତି। ଦୁଇବର୍ଷ ପୂର୍ବରୁ ଜଗନ୍ନାଥ ଛାତି ଜନିତ ରୋଗରେ ଚିକିତ୍ସିତ ହେଉଥିବା ବେଳେ ପରେ ସୁସ୍ଥ ହୋଇ ପୁର୍ନବାର ମହାପ୍ରଭୁଙ୍କ ସେବାରେ ନିୟୋଜିତ ହୋଇଥିଲେ। କିନ୍ତୁ ଆଜି ହଠାତ୍‌ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ହୃଦଘାତ୍‌ ଯୋଗୁ ମୃତ୍ୟୁ ଘଟିଥିବା କୁହାଯାଉଛି।

Leave A Reply

Your email address will not be published.