ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

0

କେନ୍ଦୁଝର: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଠାରେ ଏକ ନବ ନିର୍ମିତ ସେତୁର ଉଦଘାଟନ କରିଛନ୍ତି। ଜାନୁଆରୀ ୨୮ ଓ ୨୯ରେ ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ସମୟରେ କେନ୍ଦୁଝରର ବିକାଶ ପାଇଁ ଏମଓୟୁ ସ୍ୱାକ୍ଷର ହେବ। କେନ୍ଦୁଝରରେ ପ୍ରାକୃତିକ ସମ୍ପଦ ଭରି ରହିଛି। କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ପ୍ରତିଶ୍ରୁତି ଦେଉଛି। କେନ୍ଦୁଝରର ବିକାଶକୁ ସବୁବେଳେ ପ୍ରାଥମିକତା ଦେବି। ଜିଲ୍ଲାର ଶିକ୍ଷା, ସ୍ଵାସ୍ଥ୍ୟ ଆଦି ସବୁ କ୍ଷେତ୍ରର ବିକାଶ ପାଇଁ ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ଅପରପକ୍ଷରେ ଉଦଘାଟିତ ହୋଇଥିବା ଏହି ସେତୁଟି ଝୁମ୍ପୁରା-ଉଖୁଣ୍ଡା ରାସ୍ତାରେ କେନାଲ ଉପରେ ନିର୍ମିତ ହୋଇଛି। ଏହା ଦ୍ବାରା ଝୁମ୍ପୁରା ଓ ଶ୍ରୀ ରାମପୁର ଗ୍ରାମ ଯୋଡ଼ି ହୋଇ ଯୋଗାଯୋଗର ସୁବିଧା ହୋଇଛି। ଏହା ଦ୍ବାରା ନିକଟବର୍ତ୍ତୀ ଅଞ୍ଚଳର ଲୋକଙ୍କ ସହିତ ଦୈନିକ ୫ ହଜାରରୁ ୧୦ ହଜାର ଲୋକ ଉପକୃତ ହେବେ। ତେବେ ଏହି ସେତୁର ଦୈର୍ଘ୍ୟ ୬୭ ମିଟର ଓ ଆପ୍ରୋଚ୍ ରୋଡ ୧୭୫ ମିଟର।

Leave A Reply

Your email address will not be published.