ଭୁବନେଶ୍ବର: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା। ରାଜ୍ୟରେ ସର୍ବାଧିକ ସକ୍ଷମ ହେବ ଅଙ୍ଗନବାଡି କେନ୍ଦ୍ର। ଏନେଇ ବଡ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତି ପରିଡା। ଖୁବଶୀଘ୍ର ଅଙ୍ଗନବାଡି କର୍ମୀଙ୍କ ଦରମା ବଢାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।
ଏନେଇ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟରେ ଦାବି ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ରାଜସ୍ଥାନର ଉଦୟପୁରରେ ଆୟୋଜିତ ଚିନ୍ତନ ଶିବିର କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଆଗରେ ଏହି ପ୍ରସ୍ତାବ ରଖିଛନ୍ତି। ରାଜ୍ୟରେ ଅଙ୍ଗନବାଡ଼ି ସର୍ବାଧିକ ସକ୍ଷମ ହେବ। ଏହାସହ କାର୍ଯ୍ୟରତ ମହିଳାଙ୍କ ପାଇଁ ହଷ୍ଟେଲ ବ୍ୟବସ୍ଥା ପାଇଁ ମଧ୍ୟ ପ୍ରସ୍ତାବ ରଖିଛନ୍ତି। ଯାହାକୁ ନେଇ ବର୍ତ୍ତମାନ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟ ବିଚାର କରୁଛନ୍ତି। କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରାଳୟ ବିଚାର କରୁଛି। ରାଜ୍ୟରେ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ବି ଆଲୋଚନା ହୋଇଛି। ଖୁବ୍ ଶୀଘ୍ର ଏହା ରାଜ୍ୟରେ କାର୍ଯ୍ୟକାରୀ ହେବ।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ