ଭୁବନେଶ୍ବର: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା। ରାଜ୍ୟରେ ସର୍ବାଧିକ ସକ୍ଷମ ହେବ ଅଙ୍ଗନବାଡି କେନ୍ଦ୍ର। ଏନେଇ ବଡ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତି ପରିଡା। ଖୁବଶୀଘ୍ର ଅଙ୍ଗନବାଡି କର୍ମୀଙ୍କ ଦରମା ବଢାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।
ଏନେଇ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟରେ ଦାବି ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ରାଜସ୍ଥାନର ଉଦୟପୁରରେ ଆୟୋଜିତ ଚିନ୍ତନ ଶିବିର କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଆଗରେ ଏହି ପ୍ରସ୍ତାବ ରଖିଛନ୍ତି। ରାଜ୍ୟରେ ଅଙ୍ଗନବାଡ଼ି ସର୍ବାଧିକ ସକ୍ଷମ ହେବ। ଏହାସହ କାର୍ଯ୍ୟରତ ମହିଳାଙ୍କ ପାଇଁ ହଷ୍ଟେଲ ବ୍ୟବସ୍ଥା ପାଇଁ ମଧ୍ୟ ପ୍ରସ୍ତାବ ରଖିଛନ୍ତି। ଯାହାକୁ ନେଇ ବର୍ତ୍ତମାନ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟ ବିଚାର କରୁଛନ୍ତି। କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରାଳୟ ବିଚାର କରୁଛି। ରାଜ୍ୟରେ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ବି ଆଲୋଚନା ହୋଇଛି। ଖୁବ୍ ଶୀଘ୍ର ଏହା ରାଜ୍ୟରେ କାର୍ଯ୍ୟକାରୀ ହେବ।
ପ୍ରମୁଖ ଖବର
ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ