ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ନବ ଦାସ ହତ୍ୟା ଘଟଣାରେ ସିବିଆଇ ତଦନ୍ତ ଦାବି କଲେ ଦୀପାଳି ଦାସ

0

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ପ୍ରସ୍ତାବ ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଚାଲିଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ ବିଧାୟିକା ଦୀପାଳି ଦାସ

ବାସଭବନରେ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦୀପାଳି କହିଛନ୍ତି, ସରକାର ଯଦି ସିବିଆଇ ତଦନ୍ତ ଚାହୁଁଛନ୍ତି ମୋ ପରିବାର ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରନ୍ତୁ। ଏଥିସହ ଏହି ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି। ବର୍ତ୍ତମାନ ଭାଜପା ସରକାରରେ ଥିବା କେତେକ ବିଧାୟକ ମୋତେ ଓ ଆମ ପରିବାରକୁ ବଦନାମ କରିବା ଭଳି ମନ୍ତବ୍ୟ ଦେଉଛନ୍ତି। ଏପରିକି କିଛି ଗଣମାଧ୍ୟମ ଆମ ପରିବାର ଏବଂ ମୋ ବିଷୟରେ ବାରମ୍ବାର ଖବର ମଧ୍ୟ ପ୍ରସାରଣ କରୁଛନ୍ତି। ଏପରିକି ଭାଜପା ସରକାରରେ ଥିବା ୨ ବିଧାୟକ ବାରମ୍ବାର ମୋ ବାପାଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଇବାରେ କାହିଁକି ଦୀପାଳି ଚୁପ ରହିଛନ୍ତି ବୋଲି ପ୍ରଶ୍ନ କରୁଛନ୍ତି। ଏଣୁ ଆମ ପରିବାର ଏବଂ ମୋ ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ମୋ ବାପା ତଥା ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରିବେ କି ବୋଲି ପ୍ରଶ୍ନ କରିଛନ୍ତି।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଦୀପାଳି ଦାସ କହିଛନ୍ତି ଯେ “ସରକାର ଯଦି ସିବିଆଇ ତଦନ୍ତ ଚାହୁଁଛନ୍ତି ମୋ ପରିବାର ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଲୋଚନା କରନ୍ତୁ।” ଏହା ସହିତ ମୋର ଭାଇ ବିଶାଳ ଦାସଙ୍କୁ ବିନା ୱାରେଣ୍ଟ କିମ୍ବା ବିନା ଜୁଡ଼ିସିଆଲ ଆଦେଶରେ କାହିଁକି ଛତିଶଗଡ଼ରେ ପୋଲିସ ହାଜତରେ ରଖାଯାଇଥିଲା ତା’ର ଉତ୍ତର ମୋହନ ସରକାର ଦିଅନ୍ତୁ ବୋଲି ଦୀପାଳି କହିଛନ୍ତି।

Leave A Reply

Your email address will not be published.