ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଡାଲମିଆ ସିମେଣ୍ଟ କମ୍ପାନୀରେ ବଡ଼ ଦୁର୍ଘଟଣା

0

ରାଜଗାଙ୍ଗପୁର: ସୁନ୍ଦରଗଡ ରାଜଗାଙ୍ଗପୁରରେ ଥିବା ଡାଲମିଆ ସିମେଣ୍ଟ କଂପାନୀରେ ବଡ଼ ଦୁର୍ଘଟଣା। ଷ୍ଟକ ରଖାଯାଉଥିବା କୋଇଲା ହପ୍ପର ଭୁଶୁଡ଼ି ପଡ଼ିଥିବା ସୂଚନା ମିଳିଛି। କୋଇଲା ହପ୍ପର ଭୁଶୁଡ଼ି ପଡ଼ିବାରୁ ୩ରୁ୪ ଶ୍ରମିକ ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ଘଟଣାକୁ ନେଇ କାରଖାନା ବାହାରେ ଚାପା ଉତ୍ତେଜନା ଲାଗି ରହିଥିବା ଜଣାପଡ଼ିଛି।

ଏହି ଦୁର୍ଘଟଣାରେ ଏକାଧିକ ଶ୍ରମିକ ମୃତାହତ ହୋଇଥିବା ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି। ତଳେ ଚାପି ହୋଇ ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା ଜାରି ରହିଛି।

Leave A Reply

Your email address will not be published.