ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

0

ନୂଆଦିଲ୍ଲୀ: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଚଳିତ ଜାନୁଆରୀ ମାସରୁ ଏହି ସହାୟତା ରାଶି ପ୍ରଦାନ କରାଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଯେଉଁମାନେ ପଦ୍ମ ପୁରସ୍କାର ପାଇଛନ୍ତି ସମାଜ ପ୍ରତି ସେମାନଙ୍କ ଅବଦାନକୁ ସମ୍ମାନ ଜଣାଇ ଚଳିତ ମାସ ଠାରୁ ରାଜ୍ୟ ସରକାର ୩୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିବେ। ତେବେ କେବଳ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କୁ ଏହି ଅର୍ଥ ପ୍ରଦାନ କରାଯିବ।ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ମାଧ୍ୟମରେ ଏହି ଅର୍ଥ ପ୍ରଦାନ କରାଯିବ। ପଦ୍ମ ପୁରସ୍କାର ପାଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସମସ୍ତ ତଥ୍ୟ ଦେବାକୁ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଜିଲ୍ଲା ସଂସ୍କୃତି ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି।

ସୂଚନା ଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଥିଲେ। ଗୁରୁବାର ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ସହାୟକ ରାଶି ପ୍ରଦାନ ନେଇ ବିଜ୍ଞପ୍ତି ଜାରି କରାଯାଇଛି। ତେବେ ରାଜ୍ୟରେ ବର୍ତ୍ତମାନ ୫୫ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଅଛନ୍ତି। ସେମାନଙ୍କୁ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ସରକାର ପ୍ରଦାନ କରିବେ। ଏଥିପାଇଁ ବର୍ଷକୁ ରାଜକୋଷରୁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

Leave A Reply

Your email address will not be published.