ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଶିମିଳିପାଳ ଜଗିବେ ପୋଲିସ ଫୋର୍ସ

0

ମୟୂରଭଞ୍ଜ: ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୁଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟାୟରେ ମୁତୟନ ହେବେ ଏକ ପ୍ଲାଟୁନ ପୁଲିସ ଫୋର୍ସ। ଜଏଣ୍ଟ ଟାସ୍କ ଫୋର୍ସ ସହ ମିଶି ପାଟ୍ରୋଲିଂ ଓ ଚଢ଼ାଉ କରିବେ ବୋଲି ମୟୂରଭଞ୍ଜ ଏସପି ସୂଚନା ଦେଇଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଧିକ ସଂଖ୍ୟକ ପୁଲିସ ମୁତୟନ କରାଯିବା ନେଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମୟୂରଭଞ୍ଜ ଏସପି ପ୍ରକାଶ କରିଛନ୍ତି।
ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ(ଏସ୍‌ଟିଆର୍‌) ପ୍ରକଳ୍ପରେ ଏକ କଳାବାଘର ହତ୍ୟା ପରେ ତପ୍ତର ହୋଇଛି ପ୍ରଶାସନ। ଶିକାରୀ ଏବଂ ବନ୍ୟପ୍ରାଣୀ ସାମଗ୍ରୀର ଅବୈଧ ବ୍ୟବସାୟୀଙ୍କ ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଶିମିଳିପାଳ ଅଭୟାରଣ୍ୟରୁ ଶିକାର ହୋଇଥିବା କଳାବାଘ ଚମଡ଼ା ଓ ନଖକୁ ଜବତ କରାଯିବା ସହିତ ଘଟଣାରେ ଜଡିତ ୪ଜଣ ଶିକାରୀଙ୍କୁ ବନବିଭାଗ ଗିରଫ କରିଛି। ପୂର୍ବରୁ ବାଘ ନଖ ଓ ଦାନ୍ତ ଜବତ ସହିତ ୨ଜଣ ଶିକାରୀଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କୁ ରିମାଣ୍ଡରେ ଆଣି ପଚରାଉଚରା ପରେ ଏହି ସଫଳତା ମିଳିଛି। ତେବେ ଘଟଣାର ମାଷ୍ଟରମାଇଣ୍ଡ ଫେରାର ରହିଛନ୍ତି।

Leave A Reply

Your email address will not be published.