ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଶିମିଳିପାଳ ଜଗିବେ ପୋଲିସ ଫୋର୍ସ

0

ମୟୂରଭଞ୍ଜ: ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୁଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟାୟରେ ମୁତୟନ ହେବେ ଏକ ପ୍ଲାଟୁନ ପୁଲିସ ଫୋର୍ସ। ଜଏଣ୍ଟ ଟାସ୍କ ଫୋର୍ସ ସହ ମିଶି ପାଟ୍ରୋଲିଂ ଓ ଚଢ଼ାଉ କରିବେ ବୋଲି ମୟୂରଭଞ୍ଜ ଏସପି ସୂଚନା ଦେଇଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଧିକ ସଂଖ୍ୟକ ପୁଲିସ ମୁତୟନ କରାଯିବା ନେଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମୟୂରଭଞ୍ଜ ଏସପି ପ୍ରକାଶ କରିଛନ୍ତି।
ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ(ଏସ୍‌ଟିଆର୍‌) ପ୍ରକଳ୍ପରେ ଏକ କଳାବାଘର ହତ୍ୟା ପରେ ତପ୍ତର ହୋଇଛି ପ୍ରଶାସନ। ଶିକାରୀ ଏବଂ ବନ୍ୟପ୍ରାଣୀ ସାମଗ୍ରୀର ଅବୈଧ ବ୍ୟବସାୟୀଙ୍କ ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଶିମିଳିପାଳ ଅଭୟାରଣ୍ୟରୁ ଶିକାର ହୋଇଥିବା କଳାବାଘ ଚମଡ଼ା ଓ ନଖକୁ ଜବତ କରାଯିବା ସହିତ ଘଟଣାରେ ଜଡିତ ୪ଜଣ ଶିକାରୀଙ୍କୁ ବନବିଭାଗ ଗିରଫ କରିଛି। ପୂର୍ବରୁ ବାଘ ନଖ ଓ ଦାନ୍ତ ଜବତ ସହିତ ୨ଜଣ ଶିକାରୀଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କୁ ରିମାଣ୍ଡରେ ଆଣି ପଚରାଉଚରା ପରେ ଏହି ସଫଳତା ମିଳିଛି। ତେବେ ଘଟଣାର ମାଷ୍ଟରମାଇଣ୍ଡ ଫେରାର ରହିଛନ୍ତି।

Leave A Reply

Your email address will not be published.