ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ଵର: ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅଧୀନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ପେଶାଲ୍ ଟ୍ରେନର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ଵର ରେଳ ଷ୍ଟେସନରେ ସବୁଜ ପତାକା ଦେଖାଇ ବରିଷ୍ଠ ନାଗରିକଙ୍କ ପାଇଁ ଉଦ୍ଦିଷ୍ଟ ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରା ଟ୍ରେନ୍‌ର ଶୁଭାରମ୍ଭ ହୋଇଛି। ୧୦ ଟି ପର୍ଯ୍ୟାୟରେ ଯିବେ ୮ ହଜାର ବରିଷ୍ଠ ନାଗରିକ। ୮୦୦ ନାଗରିକ ଗଲେ ସିରିଡ଼ି ଓ ନାସିକ।

୬ଟି ଜିଲ୍ଲା ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଢେଙ୍କାନାଳ ଜିଲ୍ଲାରୁ ୮ଶହ ବରିଷ୍ଠ ନାଗରିକମାନେ ତୀର୍ଥ ଯାତ୍ରାରେ ଯାଉଛନ୍ତି। ଚଳିତ ବର୍ଷ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ମାଧ୍ୟମରେ ପର୍ଯ୍ୟାୟକ୍ରମେ ମୋଟ ୧୦ଟି ଟ୍ରିପରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୮ ହଜାର ବରିଷ୍ଠ ନାଗରିକ ଶିରିଡ଼ି, ନାସିକ, କାମାକ୍ଷା, ବାରଣାସୀ, କଲିକତା ଦକ୍ଷିଣ କାଳୀ ମନ୍ଦିର, ଅଯୋଧ୍ୟା ଭଳି ବିଭିନ୍ନ ୧୦ଟି ତୀର୍ଥ ସ୍ଥାନ ବୁଲିବେ ବୋଲି ସୂଚନା ରହିଛି। ଗାଁରୁ ଷ୍ଟେସନ ଓ ରେଳ ଷ୍ଟେସନରୁ ତୀର୍ଥ ସ୍ଥାନ ପର୍ଯ୍ୟନ୍ତ ଯାତାୟାତ, ରହିବା, ଖାଇବା ପାଇଁ ରାଜ୍ୟ ସରକାର ସମସ୍ତ ବ୍ୟବସ୍ଥା କରିଛନ୍ତି। ଯାତ୍ରା ବେଳେ ସରକାରଙ୍କ ପକ୍ଷରୁ ଗାଇଡ ଓ ଏସ୍କର୍ଟ ଟିମ୍ ସୁବିଧା ତୀର୍ଥଯାତ୍ରୀଙ୍କୁ ଯୋଗାଇ ଦିଆଯିବ।

୬୦ ବର୍ଷରୁ ୭୫ ବର୍ଷ ମଧ୍ୟରେ ବରିଷ୍ଠ ନାଗରିକ ମାନେ ଏହି ସୁବିଧା ପାଉଛନ୍ତି। ଅନ୍ତର୍ଦ୍ୟୋୟ, ରାସନ କାର୍ଡ, ମନରେଗା କାର୍ଡ ଭଳି ଆର୍ଥିକ ଅନଗ୍ରସର ପ୍ରମାଣ ପତ୍ର ଦେଇ ଆବେଦନ ମାଧ୍ୟମରେ ବରିଷ୍ଠ ନାଗରିକ ମାନେ ତୀର୍ଥଯାତ୍ରା ସୁବିଧା ପାଇପାରିବେ। ବିଶେଷ ଭାବରେ ପୂର୍ବ ସରକାର ୨୦୧୬ ମସିହାରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ପ୍ରଣୟନ କରିଆସୁଥିଲେ। ଏହାର ମୁଖ୍ୟ ଉଦ୍ଦେଶ୍ୟ ରହିଥିଲା ଦେଶର ସମସ୍ତ ତୀର୍ଥଯାତ୍ରା ଭ୍ରମଣ କରିବା ସହ ବିନା ମୂଲ୍ୟରେ ବରିଷ୍ଠ ନାଗରିକମାନଙ୍କୁ ଏକ ସ୍ୱତନ୍ତ୍ର ଟ୍ରେନ ଯୋଗେ ଭ୍ରମଣ କରାଇବା।

Leave A Reply

Your email address will not be published.