ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ଜଷ୍ଟିସ ଅରିନ୍ଦମ ସିହ୍ନା ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ

0

କଟକ:ଜଷ୍ଟିସ ଅରିନ୍ଦମ ସିହ୍ନା ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱ ସମ୍ପାଦନ କରିବେ। ଏ ସଂକ୍ରାନ୍ତରେ ଆଇନ ଓ ନ୍ୟାୟ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବର୍ତ୍ତମାନ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅଛନ୍ତି। ଚଳିତ ମାସ ୧୯ରେ ତାଙ୍କର କାର୍ଯ୍ୟକାଳ ସରୁଥିବାବେଳେ, ୨୦ ତାରିଖରୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱରେ ରହିବେ ଜଷ୍ଟିସ ସିହ୍ନା।

ଜଷ୍ଟିସ ଅରିନ୍ଦମ ସିହ୍ନା ପଶ୍ଚିମବଙ୍ଗରେ ୧୯୬୫ ସେପ୍ଟେମ୍ବର ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ। ଆଇନ ଶିକ୍ଷା ଶେଷ କରିବା ପରେ ୧୯୯୧ ମାର୍ଚ୍ଚ ୧୧ ତାରିଖରେ ଆଇନଜୀବୀ ଭାବେ ନାମ ପଞ୍ଜିକରଣ କରିଥିଲେ। ୨୦୧୬ ମାର୍ଚ୍ଚ ୧୪ ତାରିଖରେ କଲିକତା ହାଇକୋର୍ଟରେ ସ୍ଥାୟୀ ବିଚାରପତି ଭାବେ ଶପଥ ନେଇଥିଲେ ଜଷ୍ଟିସ ଅରିନ୍ଦମ ସିହ୍ନା।

ଏହାପରେ ୨୦୨୧ରେ ତାଙ୍କୁ ଓଡିଶା ହାଇକୋର୍ଟକୁ ବଦଳି କରାଯାଇଥିଲା। ୨୦୨୧ ଅକ୍ଟୋବର ୮ରେ ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରି ସେବେଠାରୁ କାର୍ଯ୍ୟ କରି ଆସୁଛନ୍ତି ସିହ୍ନା। ଓଡିଶାରେ ଅନେକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରିଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା। ବର୍ତ୍ତମାନ ଜଷ୍ଟିସ ଅରିନ୍ଦମ ସିହ୍ନା ଓଡିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି।

ଭାରତ ସମ୍ବିଧାନର ଧାରା ୨୨୩ ଦ୍ୱାରା ପ୍ରଦତ୍ତ କ୍ଷମତା ବ୍ୟବହାର କରି ରାଷ୍ଟ୍ରପତି ଜଷ୍ଟିସ୍ ଅରିନ୍ଦମ ସିହ୍ନାଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ସମ୍ପାଦନ ପାଇଁ ନିଯୁକ୍ତି ପ୍ରଦାନ କରିଛନ୍ତି ବୋଲି କେନ୍ଦ୍ର ସରକାରଙ୍କ ନ୍ୟାୟ ବିଭାଗର ଯୁଗ୍ମ ସଚିବ ଜଗନ୍ନାଥନ ଶ୍ରୀନିବାସନ ସୂଚନା ଦେଇଛନ୍ତି।

Leave A Reply

Your email address will not be published.