ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ସଂପତ୍ତି ତାଲିକା ଦାଖଲ କରିବେ ଶ୍ରୀମନ୍ଦିର ଅଧିକାରୀ ଓ କର୍ମଚାରୀ

0

ପୁରୀ: ଶ୍ରୀମନ୍ଦିର ପ୍ରଶାସନର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ କଡ଼ା ଗାଇଡଲାଇନ୍ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଜାନୁଆରୀ ଶେଷ ସୁଦ୍ଧା ନିଜର ସଂପତ୍ତି ତାଲିକା ଦାଖଲ କରିବାକୁ ସମସ୍ତ ଶ୍ରୀମନ୍ଦିର ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଏହା ସହିତ ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟରତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ପାଇଁ ୫ ସୂତ୍ରୀ କାର୍ଯ୍ୟାବଳୀ ଲାଗୁ ହେବା ନେଇ ମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନର କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟ୍‌ଖା କିମ୍ବା ମାଦକ ଦ୍ରବ୍ୟ ସେବନ କରିବେ ନାହିଁ। ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କସ୍ତରରେ କାର୍ଯ୍ୟ ସମୀକ୍ଷା କରାଯିବ।

ସମସ୍ତ ଅଧିକାରୀ ଓ କର୍ମଚାରୀ ଜାନୁଆରୀ ୩୧ ସୁଦ୍ଧା ୨୦୨୪ ବର୍ଷ ପାଇଁ ବାଧ୍ୟତାମୂଳକ ଭାବେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏହା ଦାଖଲ ନ କଲେ କୌଣସି ଇନ୍‌କ୍ରିମେଣ୍ଟ, ପଦୋନ୍ନତି, ପୁରସ୍କାର କିମ୍ବା ଆର୍ଥତ୍କ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ ନାହିଁ। ପ୍ରତ୍ୟେକ ଶୁକ୍ରବାର ସମସ୍ତ ଅଧିକାରୀ ତଥା କର୍ମଚାରୀ ହସ୍ତତନ୍ତ ଲୁଗା ପିନ୍ଧି କାର୍ଯ୍ୟାଳୟ ଆସିବେ। ୟୁନିଫର୍ମ ପୋଷାକଧାରୀଙ୍କ ନିମନ୍ତେ ଏହା ଲାଗୁ ହେବ ନାହିଁ। ଶ୍ରୀମନ୍ଦିର ଭିତରେ ଅଧିକାରୀ ଓ କର୍ମଚାରୀଙ୍କ ମୋବାଇଲ୍‌ ବ୍ୟବହାର ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନକୁ ଅଧିକ କ୍ରିୟାଶୀଳ ତଥା ଉତ୍ତରଦାୟୀ କରିବାକୁ ଏହି ପରାମର୍ଶ ତଥା ନିର୍ଦ୍ଦେଶାବଳୀ ଦିଆଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପାଢ଼ୀ କହିଛନ୍ତି।

Leave A Reply

Your email address will not be published.