ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଭୁବନେଶ୍ୱରରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି

0

ଭୁବନେଶ୍ବର: ଓଡିଶାରେ ପହଁଚିଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ୍ ସନ୍ମୁଗରତ୍ନମ। ରାଷ୍ଟ୍ରପତି ଥର୍ମନ ସନ୍ମୁଗରତ୍ନମ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସିଙ୍ଗାପୁରର ରାଷ୍ଟ୍ରପତି ଥର୍ମନ ସନ୍ମୁଗରତ୍ନମଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଛି। ସିଙ୍ଗାପୁରର ରାଷ୍ଟ୍ରପତିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବାଗତ କରିଛନ୍ତି।

ଏହି ଅବସରରେ ବିମାନବନ୍ଦରରେ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ଡିଜି ୱାଇବି ଖୁରାନିଆ, ପୋଲିସ କମିଶନର ଏବଂ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରଣା ମଧ୍ୟ ଉପସ୍ଥିତ ଥିଲେ।
ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ୨ ଦିନ ଆଲୋଚନା ହେବ। ସିଙ୍ଗାପୁର ସହ ଏମ୍‌ଓୟୁ ସ୍ବାକ୍ଷର କାର୍ଯ୍ୟକ୍ରମ ରହିଛି। ସହରାଞ୍ଚଳ ଯୋଜନା, ବନ୍ଦର ପରିଚାଳନା, ଗ୍ରୀନ ଏନର୍ଜିରେ ସହଯୋଗ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଶିଳ୍ପ କ୍ଷେତ୍ରରେ ଓଡ଼ିଶା ଆଗକୁ ଯିବ, ସିଙ୍ଗାପୁର ସହ ସମ୍ପର୍କ ବଢ଼ିବ ବୋଲି ମଧ୍ୟ କହିଛନ୍ତି। ତାଙ୍କ ସହ କେତେକ ଉଚ୍ଚ ପଦସ୍ଥ ଅଧିକାରୀ ମଧ୍ୟ ଓଡ଼ିଶା ଆସିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହୁରି ମଧ୍ୟ କହିଛନ୍ତି ଯେ, ବିଶେଷ କରି ସହରାଞ୍ଚଳ ଯୋଜନା, ବନ୍ଦର ପରିଚାଳନା, ସବୁଜ ଶକ୍ତି, ଦକ୍ଷତା ବିକାଶ ଓ ଲଜିଷ୍ଟକ ବିକାଶ କାର୍ଯ୍ୟକ୍ରମରେ ସିଙ୍ଗାପୁରର ସହଯୋଗ ନିଆଯିବ। ସିଙ୍ଗାପୁର ସରକାରଙ୍କ ସହ ଓଡିଶା ସରକାରଙ୍କର ଅନେକ କାର୍ଯ୍ୟକ୍ରମ ପାଇଁ ଚୁକ୍ତିନାମା ସ୍ଵାକ୍ଷରିତ ହେବ। ସିଙ୍ଗାପୁର ସହ ସହଯୋଗରେ ଓଡ଼ିଶାରେ ନିବେଶ ବୃଦ୍ଧି ହେବ। ସିଙ୍ଗାପୁର ସହଯୋଗରେ ନୂଆ ଓଡ଼ିଶା ଓ ସମୃଦ୍ଧ ଓଡ଼ିଶା ଗଠନ ହେବ। ନିବେଶ କ୍ଷେତ୍ରରେ ଉତ୍କର୍ଷ ଓଡ଼ିଶାରେ ମଧ୍ୟ ଐତିହାସିକ ପଦକ୍ଷେପ ହେବ। ଉଭୟ ଦେଶର ସମ୍ପର୍କ ସହ ନିବେଶ ବୃଦ୍ଧି ପାଇବ।

Leave A Reply

Your email address will not be published.