ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଆର୍‌.ଜି କର ହସ୍ପିଟାଲ ଘଟଣାରେ ସଞ୍ଜୟ ରୟଙ୍କୁ ଦୋଷୀ ସାବ୍ୟସ୍ତ କଲେ କୋର୍ଟ

0

କୋଲକାତା: କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଡ୍ୟୁଟିରେ ନିୟୋଜିତ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ମାମଲାରେ ସିଆଲଦହ କୋର୍ଟ ସଞ୍ଜୟ ରୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ୨୦ ତାରିଖରେ ସଞ୍ଜୟ ରାୟକୁ ଦଣ୍ଡ ଶୁଣାଇବେ କୋର୍ଟ।

ସୂଚନା ଯୋଗ୍ୟ, ଅଗଷ୍ଟ ୯ ତାରିଖରେ ସହରର ଉତ୍ତର ଭାଗରେ ଥିବା ଏହି ସରକାରୀ ହସ୍ପିଟାଲରେ ସ୍ନାତକୋତ୍ତର ତାଲିମପ୍ରାପ୍ତ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଏହି ଜଘନ୍ୟ ଅପରାଧ ଘଟାଇଥିବା ସଞ୍ଜୟ ବିରୋଧରେ ଅଭିଯୋଗ ହୋଇଥିଲା। ନଭେମ୍ବର ୧୨ ତାରିଖରେ ଏକ ବନ୍ଦ କୋଠରୀରେ ମାମଲାର ଶୁଣାଣି ଆରମ୍ଭ ହୋଇଥିଲା ଏବଂ ୫୭ ଦିନ ପରେ, ସିଆଲଦା କୋର୍ଟ ରେ ଏହାର ରାୟ ଶୁଣାଯାଇଛି।

ମାମଲାର ତଦନ୍ତ କରୁଥିବା କଲକାତା ପୁଲିସ ଅଗଷ୍ଟ ୧୦ ତାରିଖରେ ସଞ୍ଜୟ ରାୟଙ୍କୁ ଗିରଫ କରିଥିଲା। ଏହାର ଠିକ୍ ଗୋଟିଏ ଦିନ ପୂର୍ବରୁ, ହସ୍ପିଟାଲର ସେମିନାର ରୁମରୁ ଡାକ୍ତରଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ପରେ କଲକାତା ହାଇକୋର୍ଟ ମାମଲାଟିକୁ ସିବିଆଇକୁ ହସ୍ତାନ୍ତର କରିଥିଲେ। ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ପାଇଁ ସଞ୍ଜୟଙ୍କ ବିରୁଦ୍ଧରେ ଶୁଣାଣି ଜାନୁଆରୀ ୯ ତାରିଖରେ ଶେଷ ହୋଇଥିଲା ଏବଂ ଏହି ସମୟରେ ୫୦ ଜଣ ସାକ୍ଷୀଙ୍କୁ ଜେରା କରାଯାଇଥିଲା।

କୋର୍ଟ କହିଛନ୍ତି ଯେ ଅଭିଯୁକ୍ତଙ୍କ ବିରୋଧରେ ବିଏନଏସ୍‌ ଧାରା ୬୪, ୬୬, ୧୦୩/୧ ଲଗାଯାଇଛି। ଅଭିଯୁକ୍ତଙ୍କ ବିରୋଧରେ ଅଭିଯୋଗ ହେଉଛି ଯେ ସେ ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ସେମିନାର ରୁମକୁ ଯାଇ ସେଠାରେ ବିଶ୍ରାମ ନେଉଥିବା ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ଆକ୍ରମଣ କରିଥିଲେ ଏବଂ ପରେ ତାଙ୍କୁ ହତ୍ୟା କରିଥିଲେ। ପୋଷ୍ଟମର୍ଟମ ରିପୋର୍ଟରୁ ଜଣାପଡିଛି ଯେ ଅପରାଧୀ ପ୍ରଥମେ ପୀଡିତାଙ୍କୁ ବଳାତ୍କାର ଏବଂ ପରେ ତାଙ୍କୁ ଗଳା ଚିପି ହତ୍ୟା କରିଥିଲେ। ଆର୍‌.ଜି କର ମେଡିକାଲ କଲେଜ ପ୍ରଥମେ ଏହା ଏକ ଆତ୍ମହତ୍ୟା ବୋଲି କହିଥିଲା, କିନ୍ତୁ ପରେ ଏହି ଘଟଣା କ୍ରମାନୁସାରେ ପ୍ରକାଶ ପାଇବାରେ ଲାଗିଲା। ଏହି ଘଟଣାର ସତ୍ୟତା ସମଗ୍ର ଦେଶକୁ ଚକିତ କରିଦେଇଥିଲା।

Leave A Reply

Your email address will not be published.