ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ଗାଡ଼ିର ଇନ୍‌ସୁରାନ୍ସ ନଥିଲେ ଅଟୋମେଟିକ୍‌ କଟିଯିବ ଚାଲାଣ

0

ଭୁବନେଶ୍ବର: ଫେବୃଆରୀ ପହିଲାରୁ ସାରା ରାଜ୍ୟରେ ଲାଗୁ ହେବ ମୋଟର ଯାନ ଆଇନ। ଏଣିକି ଗାଡି ଚାଳକ ସାବଧାନ। ଗାଡି ବୀମା ବା ଇନସୁରାନ୍ସ ନଥିଲେ କଟିବ ଚାଲାଣ। ରାଜପଥରେ ଲାଗିଥିବା କ୍ୟାମେରା ଜରିଆରେ ସ୍ବୟଂଚାଳିତ ଭାବେ ବା ଅଟୋମେଟିକ୍‌ ଚାଲାଣ କଟିଯିବ। ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରି ହେବ ଇ-ଚାଲାଣ। ଆସନ୍ତା ଫେବୃଆରୀ ପହିଲାରୁ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ସମସ୍ତ ୨୨ଟି ଟୋଲଗେଟରେ ଏହା କାର୍ଯ୍ୟକାରୀ ହେବ।

ଉଲ୍ଲେଖଯୋଗ୍ୟ, ଏବେ ରାଜ୍ୟରେ ଜାତୀୟ ରାଜପଥରେ ଥିବା ୨୨ଟି ଟୋଲଗେଟ୍ ଦେଇ ଦୈନିକ ପ୍ରାୟ ୩୦ହଜାର ଗାଡ଼ି ଯାତାୟତ କରୁଛି। ଏହି ଇ-ଡିଟେକ୍ସନ୍ ଆପ୍ଲିକେସନ୍ ମାଧ୍ୟମରେ ସମସ୍ତ ଗାଡ଼ିକୁ ଯାଂଚ କରିବା ମଧ୍ୟ ସହଜ ହେବ। ବିଶେଷକରି ଖଣି ଓ ଶିଳ୍ପାଂଚଳରେ ଯାତାୟତ କରୁଥିବା ଗାଡ଼ିଗୁଡ଼ିକ ଉପରେ ନଜର ରଖିବା ସରକାରଙ୍କ ପାଇଁ ସହଜ ହେବ।

ମୋଟର ଯାନ ଆଇନ ଅନୁଯାୟୀ ବୈଧ ବୀମା ନଥାଇ ଗାଡ଼ି ଚଳାଚଳ କରୁଥିବା ନିୟମ ଉଲ୍ଲଙ୍ଘନକାରୀଙ୍କୁ ଚିହ୍ନଟ କରିବା। ଏହାସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମୋଟର ଯାନ ଆଇନର ଧାରା ୧୪୬ ଅନୁଯାୟୀ ପ୍ରତ୍ୟେକ ମୋଟର ଯାନ ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ।

ଏହାର ଉଲ୍ଲଙ୍ଘନ କଲେ ଧାରା ୧୯୬ ଅନୁଯାୟୀ ୨ ହଜାର ଟଙ୍କା ଜରିମାନା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ୍‌ କିମ୍ବା ଉଭୟ ଦଣ୍ଡର ପ୍ରାବଧାନ ରହିଛି। ସେହିଭଳି ପୁନର୍ବାର ନିୟମ ଉଲଂଘନ କଲେ ଜରିମାନା ରାଶି ୪ ହଜାର ଟଙ୍କା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ କିମ୍ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯିବ।

Leave A Reply

Your email address will not be published.