ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଗାଡ଼ିର ଇନ୍‌ସୁରାନ୍ସ ନଥିଲେ ଅଟୋମେଟିକ୍‌ କଟିଯିବ ଚାଲାଣ

0

ଭୁବନେଶ୍ବର: ଫେବୃଆରୀ ପହିଲାରୁ ସାରା ରାଜ୍ୟରେ ଲାଗୁ ହେବ ମୋଟର ଯାନ ଆଇନ। ଏଣିକି ଗାଡି ଚାଳକ ସାବଧାନ। ଗାଡି ବୀମା ବା ଇନସୁରାନ୍ସ ନଥିଲେ କଟିବ ଚାଲାଣ। ରାଜପଥରେ ଲାଗିଥିବା କ୍ୟାମେରା ଜରିଆରେ ସ୍ବୟଂଚାଳିତ ଭାବେ ବା ଅଟୋମେଟିକ୍‌ ଚାଲାଣ କଟିଯିବ। ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରି ହେବ ଇ-ଚାଲାଣ। ଆସନ୍ତା ଫେବୃଆରୀ ପହିଲାରୁ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ସମସ୍ତ ୨୨ଟି ଟୋଲଗେଟରେ ଏହା କାର୍ଯ୍ୟକାରୀ ହେବ।

ଉଲ୍ଲେଖଯୋଗ୍ୟ, ଏବେ ରାଜ୍ୟରେ ଜାତୀୟ ରାଜପଥରେ ଥିବା ୨୨ଟି ଟୋଲଗେଟ୍ ଦେଇ ଦୈନିକ ପ୍ରାୟ ୩୦ହଜାର ଗାଡ଼ି ଯାତାୟତ କରୁଛି। ଏହି ଇ-ଡିଟେକ୍ସନ୍ ଆପ୍ଲିକେସନ୍ ମାଧ୍ୟମରେ ସମସ୍ତ ଗାଡ଼ିକୁ ଯାଂଚ କରିବା ମଧ୍ୟ ସହଜ ହେବ। ବିଶେଷକରି ଖଣି ଓ ଶିଳ୍ପାଂଚଳରେ ଯାତାୟତ କରୁଥିବା ଗାଡ଼ିଗୁଡ଼ିକ ଉପରେ ନଜର ରଖିବା ସରକାରଙ୍କ ପାଇଁ ସହଜ ହେବ।

ମୋଟର ଯାନ ଆଇନ ଅନୁଯାୟୀ ବୈଧ ବୀମା ନଥାଇ ଗାଡ଼ି ଚଳାଚଳ କରୁଥିବା ନିୟମ ଉଲ୍ଲଙ୍ଘନକାରୀଙ୍କୁ ଚିହ୍ନଟ କରିବା। ଏହାସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମୋଟର ଯାନ ଆଇନର ଧାରା ୧୪୬ ଅନୁଯାୟୀ ପ୍ରତ୍ୟେକ ମୋଟର ଯାନ ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ।

ଏହାର ଉଲ୍ଲଙ୍ଘନ କଲେ ଧାରା ୧୯୬ ଅନୁଯାୟୀ ୨ ହଜାର ଟଙ୍କା ଜରିମାନା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ୍‌ କିମ୍ବା ଉଭୟ ଦଣ୍ଡର ପ୍ରାବଧାନ ରହିଛି। ସେହିଭଳି ପୁନର୍ବାର ନିୟମ ଉଲଂଘନ କଲେ ଜରିମାନା ରାଶି ୪ ହଜାର ଟଙ୍କା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ କିମ୍ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯିବ।

Leave A Reply

Your email address will not be published.