ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

0

ନୂଆଦିଲ୍ଲୀ: ଆସନ୍ତା ଜାନୁଆରୀ ୩୧ରୁ ଆରମ୍ଭ ହେବାକୁ ଯାଉଛି ସଂସଦ ବଜେଟ ଅଧିବେଶନ। ଦୁଇଟି ପର୍ଯ୍ୟାୟରେ ଏହା ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ପର୍ଯ୍ୟାୟ ଅଧିବେଶନ ୩୧ରୁ ଆରମ୍ଭ ହୋଇ ଫେବ୍ରୁଆରୀ ୧୩ ଯାଏ ଚାଲି। ଲଗାତର ଅଷ୍ଟମ ଥର ପାଇଁ ବଜେଟ ଉପସ୍ଥାପନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।
ଜାନୁଆରୀ ୩୧ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ଏହାପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯିବ। ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଲୋକ ସଭାରେ କ୍ରମାଗତ ଅଷ୍ଟମଥର ପାଇଁ ବଜେଟ ଉପସ୍ଥାପନ କରିବେ।

ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ଦ୍ୱିତୀୟ ସପ୍ତାହରୁ ଆରମ୍ଭ ହୋଇ ଏପ୍ରିଲ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡ଼ିଛି। ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ସମ୍ଭବତଃ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ଚାଲିପାରେ। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉଭୟ ଗୃହରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ ଏବଂ ପ୍ରଧାନମନ୍ତ୍ରୀଙ୍କ ଉତ୍ତର ସହ ପ୍ରଥମ ପର୍ଯ୍ୟାୟ ଶେଷ ହେବ। ଅନ୍ୟପଟେ ପ୍ରଥମ ପର୍ଯ୍ୟାୟରେ ୯ଟି କାର୍ଯ୍ୟଦିବସ ଓ ଦ୍ୱିତୀୟ ପର୍ଯ୍ୟାୟରେ ୧୮ଟି କାର୍ଯ୍ୟ ଦିବସ ରହିଛି।

Leave A Reply

Your email address will not be published.