ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଘନ କୁହୁଡି ନେଇ ୪ ଜିଲ୍ଲାକୁ ସତର୍କତା ଜାରି

0

ଆହୁରି ୫ ଦିନ ଶୀତରେ ଥରିବ ଓଡିଶା

ଭୁବନେଶ୍ବର: ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରୀ। ଏହା ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ। ଏହା ସାଙ୍ଗକୁ ଘନ କୁହୁଡି ମଧ୍ୟ ରହିବ।
ବର୍ତ୍ତମାନ ରାଜ୍ୟର ଆଭ୍ୟନ୍ତରୀଣ ଓଡ଼ିଶା କନ୍ଧମାଳ, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର, ବରଗଡ, ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ଅନୁଗୁଳ ଏବଂ ଢେଙ୍କାନାଳ ସମେତ ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ନୟାଗଡ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜରେ ପ୍ରବଳ ଶୀତ ଅନୁଭୁତ ହେଉଥିବାବେଳେ, ଆସନ୍ତା ୪ ରୁ ୫ ଦିନ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ।

ଘନ କୁହୁଡି ନେଇ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସୁନ୍ଦରଗଡ, କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ସତର୍କତା ଜାରି କରାଯାଇଛି। ଏସବୁ ଜିଲ୍ଲାରେ ୫୦ ମିଟର ତଳକୁ ଖସି ଆସିବ ଦୃଶ୍ୟମାନ କ୍ଷମତା। ସେହିଭଳି ଆଗାମୀ ୩ ଦିନ ପର୍ଯ୍ୟନ୍ତ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, କେନ୍ଦୁଝର ଏବଂ ଝାରସୁଗୁଡାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର।

Leave A Reply

Your email address will not be published.