ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ରାଜ୍ୟରେ ନିଯୁକ୍ତ ହେବେ ୨ ହଜାର ଟ୍ରାଫିକ୍‌ ପୋଲିସ

0

ଭୁବନେଶ୍ବର: ରବିବାର ଭୁବନେଶ୍ୱର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ସଡ଼କ ଦୁର୍ଘଟଣା, ସାଇବର ଅପରାଧ ରୋରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କିତ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।

ସଡ଼କ ସୁରକ୍ଷା କ୍ଷେତ୍ରରେ ଟ୍ରାଫିକ୍‌ ବ୍ୟବସ୍ଥାର ପ୍ରମୁଖ ଭୂମିକା ରହିଛି। ସଡକ ଦୁର୍ଘଟଣା କମ କରିବା, ସାଇବର ଅପରାଧ ଏବଂ ଗଞ୍ଜେଇ ଚାଷକୁ ରୋକିବା ଦିଗରେ ଗୁରୁତ୍ୱ ଦିଆଯାଇଛି। ଏହାର ପରିଚାଳନା ପାଇଁ ରାଜ୍ୟରେ ଏବେ ୨୧୯୮ ଜଣ ଟ୍ରାଫିକ ପୋଲିସ କାର୍ଯ୍ୟ କରୁଛନ୍ତି। ଚଳିତବର୍ଷ ଆଉ ୨ ହଜାର ନୂଆ ପଦବୀ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ଟ୍ରାଫିକ୍‌ ପୋଲିସ ପଦବୀଗୁଡ଼ିକୁ ସମ୍ପୂର୍ଣ୍ଣ ସ୍ବଚ୍ଛତାର ସହ ପୂରଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟରେ ୨୦୨୪ରେ ୨୬୩୩ ସାଇବର ଅପରାଧ ମାମଲା ରୁଜୁ ହୋଇଥିବାବେଳେ ଏହା ନିୟନ୍ତ୍ରଣ ପାଇଁ ରାଜ୍ୟରେ ୧୪ଟି ସାଇବର ଥାନା ଅଛି। ସାଇବର ଠକେଇରେ ଲୋକମାନେ ଅଧିକ କ୍ଷତିଗ୍ରସ୍ତ ହେଉଥିବାରୁ ସମସ୍ତ ଜିଲାରେ ସାଇବର ଥାନା କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଆଉ ୨୦ଟି ନୂଆ ସାଇବର ଥାନା ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ପୂର୍ବରୁ କାର୍ଯ୍ୟକ୍ଷମ ଥିବା ଥାନାଗୁଡ଼ିକୁ ଅଧିକ ସୁଦୃଢ଼ କରିବା ଲାଗି ଗୁରୁତ୍ୱ ଦିଆଯାଇଛି।

ସେହିପରି ଗଞ୍ଜେଇ ଚାଷ ଓ ଗଞ୍ଜେଇ ଚାଲାଣକୁ ରୋକିବା ପାଇଁ ଦୃଢ଼ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ୱର ଓ କଟକର ଅପରାଧ ନିୟନ୍ତ୍ରଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସହରରେ ରାତ୍ରକାଳୀନ ପାଟ୍ରୋଲିଂ ଓ ଚେକିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ପୋଲିସ କମିଶନରଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ରାଜ୍ୟର ସମସ୍ତ ସହରାଞ୍ଚଳରେ ଏହି ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ମାଓ ପ୍ରବଣ ଜିଲ୍ଲା ଗୁଡିକରେ ସୁରକ୍ଷା ବ୍ୟବସ୍ଥା ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସ ମହାନିର୍ଦ୍ଦେଶକଙ୍କୁ ପରାମର୍ଶ ଦେଇଛନ୍ତି।

Leave A Reply

Your email address will not be published.