ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ

ଆଜିଠୁ କୋଣାର୍କରେ ଦୁଇ ଦିନିଆ ଖଣି ମନ୍ତ୍ରୀ ସମ୍ମିଳନୀ

0

ପୁରୀ: ଓଡ଼ିଶା ସରକାରଙ୍କ ସହଯୋଗରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ତରଫରୁ ଖଣି ମନ୍ତ୍ରୀ ସମ୍ମିଳନୀ ସମ୍ମିଳନୀର ତୃତୀୟ ସଂସ୍କରଣ କୋଣାର୍କରେ ଆୟୋଜିତ ହେଉଛି। କୋଣାର୍କ ଇକୋ ରିଟ୍ରିଟ୍‌ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ସମ୍ମିଳନୀ ୨ ଦିନ ଧରି କୋଣାର୍କ ଇକୋ ରିଟ୍ରିଟ୍‌ରେ ଚାଲିବ। କେନ୍ଦ୍ର ଖଣି ମନ୍ତ୍ରୀ ଜି.କିଶନ ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀରେ ୧୬ରୁ ଅଧିକ ରାଜ୍ୟର ଖଣିମନ୍ତ୍ରୀ ସାମିଲ ହୋଇଛନ୍ତି।

ତୃତୀୟ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀରେ ଯୋଗ ଦେବାକୁ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଜି.କିଶନ ରେଡ୍ଡୀ। ଗତକାଲି(ରବିବାର) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତାଙ୍କୁ ସାକ୍ଷାତ କରି ରାଜ୍ୟର ଖଣିଜ ଶିଳ୍ପର ବିକାଶ ସହ ଏହାର ପରିଚାଳନା ଓ କାର୍ଯ୍ୟକ୍ଷମତା ଉପରେ ଆଲୋଚନା କରିଥିଲେ।

ଏଥିସହିତ ଜମ୍ମୁ-କଶ୍ମୀରର ଉପମୁଖ୍ୟମନ୍ତ୍ରୀ ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ର ଏବଂ ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀମାନେ ରହିଛନ୍ତି। ଏହି ସମ୍ମିଳନୀରେ ଆଗାମୀ ଦିନରେ ନିଲାମ ହେବାକୁ ଥିବା ଖଣି ସମ୍ପର୍କରେ ନିଷ୍ପତ୍ତି ହୋଇପାରେ। ଖଣି କ୍ଷେତ୍ରର ନିରାପତ୍ତା, ପରିବେଶ ସମସ୍ୟା ଓ ପରିବହନ ଆହ୍ବାନ ଭଳି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇପାରେ।

Leave A Reply

Your email address will not be published.