ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ଫେବୃଆରୀ ୧୩ରୁ ଓଡିଶା ବିଧାନସଭା ବଜେଟ ଅଧିବେଶନ

0

ଭୁବନେଶ୍ବର: ଫେବୃଆରୀ ୧୩ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ। ୧୭ ରେ ବଜେଟ ଉପସ୍ଥାପନ ହେବ। ଫେବୃଆରୀ ୧୭ରେ ସରକାର ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ। ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭମପାଟି ଅଧିବେଶନର ପ୍ରଥମ ଦିନ ଗୃହରେ ଅଭିଭାଷଣ ପ୍ରଦାନ କରିବେ। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇ ଅଧିବେଶନ ଏପ୍ରିଲ ୫ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ।

ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୧୩ରୁ ୨୧ ପରେ ଫେବୃଆରୀ ୨୨ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଅଧିବେଶନ ବନ୍ଦ ରହିବ। ପୁନଃ ମାର୍ଚ୍ଚ ୭ରୁ ଏପ୍ରିଲ ୫ ପର୍ୟ୍ୟନ୍ତ ୨ୟ ପର୍ଯ୍ୟାୟ ଅଧିବେଶନ କାର୍ଯ୍ୟ ଚାଲିବ।

Leave A Reply

Your email address will not be published.