ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ରାଜ୍ୟରେ ୫ ହଜାର ଡାକ୍ତରଙ୍କୁ ମିଳିବ ନିଯୁକ୍ତି: ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସ୍ୱାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ଵ ଦେଇ ଡାକ୍ତର ପଦବୀ ପୂରଣ ହେବା ନେଇ ମଧ୍ୟ ମଞ୍ଜୁରୀ ମିଳିଛି। ଖୁବ୍‌ଶୀଘ୍ର ୫ ହଜାର ଡାକ୍ତର ପଦ ପୂରଣ ହେବା ସହ ୧୨୪ ‌ଦାନ୍ତ ଡାକ୍ତରଙ୍କୁ ମଧ୍ୟ ନିଯୁକ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ତେବେ ଓଡ଼ିଶା ଡାକ୍ତରୀ ସ୍ବାସ୍ଥ୍ୟସେବା ନିୟମାବଳୀ-୨୦୧୭କୁ ସଂଶୋଧିତ କରାଯାଇଛି। ପୂର୍ବରୁ ଥିବା ଲେବଲ-୭କୁ ୬କୁ ହ୍ରାସ ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏହାଦ୍ବାରା ଡାକ୍ତର ନିଯୁକ୍ତି ପ୍ରକ୍ରିୟା ସହଜ ହୋଇପାରିବ। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଦକ୍ଷ ମାନବ ସମ୍ବଳ ଯୋଗାଇ ଦିଆଯିବ।
ପ୍ରାୟ ଅଢେଇ ଘଣ୍ଟା ଧରି କ୍ୟାବିନେଟ ବୈଠକ ଜାରୀ ରହିଥିଲା। ପ୍ରତ୍ୟେକ ପ୍ରସ୍ତାବ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ପରେ ଅନୁମୋଦନ ପ୍ରଦାନ କରାଯାଇଛି। ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡା, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଓ ସମ୍ପୃକ୍ତ ବିଭିନ୍ନ ବିଭାଗର ସଚିବ ଉପସ୍ଥିତ ଥିଲେ।

Leave A Reply

Your email address will not be published.