ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

ରାଜ୍ୟରେ ୫ ହଜାର ଡାକ୍ତରଙ୍କୁ ମିଳିବ ନିଯୁକ୍ତି: ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସ୍ୱାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ଵ ଦେଇ ଡାକ୍ତର ପଦବୀ ପୂରଣ ହେବା ନେଇ ମଧ୍ୟ ମଞ୍ଜୁରୀ ମିଳିଛି। ଖୁବ୍‌ଶୀଘ୍ର ୫ ହଜାର ଡାକ୍ତର ପଦ ପୂରଣ ହେବା ସହ ୧୨୪ ‌ଦାନ୍ତ ଡାକ୍ତରଙ୍କୁ ମଧ୍ୟ ନିଯୁକ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ତେବେ ଓଡ଼ିଶା ଡାକ୍ତରୀ ସ୍ବାସ୍ଥ୍ୟସେବା ନିୟମାବଳୀ-୨୦୧୭କୁ ସଂଶୋଧିତ କରାଯାଇଛି। ପୂର୍ବରୁ ଥିବା ଲେବଲ-୭କୁ ୬କୁ ହ୍ରାସ ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏହାଦ୍ବାରା ଡାକ୍ତର ନିଯୁକ୍ତି ପ୍ରକ୍ରିୟା ସହଜ ହୋଇପାରିବ। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଦକ୍ଷ ମାନବ ସମ୍ବଳ ଯୋଗାଇ ଦିଆଯିବ।
ପ୍ରାୟ ଅଢେଇ ଘଣ୍ଟା ଧରି କ୍ୟାବିନେଟ ବୈଠକ ଜାରୀ ରହିଥିଲା। ପ୍ରତ୍ୟେକ ପ୍ରସ୍ତାବ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ପରେ ଅନୁମୋଦନ ପ୍ରଦାନ କରାଯାଇଛି। ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡା, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଓ ସମ୍ପୃକ୍ତ ବିଭିନ୍ନ ବିଭାଗର ସଚିବ ଉପସ୍ଥିତ ଥିଲେ।

Leave A Reply

Your email address will not be published.