ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଜାନୁଆରୀ ୨୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

0

ଭୁବନେଶ୍ବର: ଆସନ୍ତା ୨୮ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ। ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ଟା ୩୫ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ବାହାରି ୧୦ଟା ୫୫ ମିନିଟରେ ଜନତା ମୈଦାନରେ ପହଞ୍ଚିବେ। ଦିନ ୧୧ଟାରୁ ୧୨ଟା ୩୦ ଯାଏଁ ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଉପସ୍ଥିତ ରହିବେ ମୋଦି। ଏହାପରେ ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ଶିଳ୍ପପତି ଓ ପୁଞ୍ଜିନିବେଶକାରୀମାନଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ। ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ଔଦ୍ୟୋଗିକ ପ୍ରଦର୍ଶନୀ ଅନୁଷ୍ଠିତ ହେବ। ଭୁବନେଶ୍ବରରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।

Leave A Reply

Your email address will not be published.