ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ

ଟ୍ରେନ ଦୁର୍ଘଟଣା ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ଦେବେନ୍ଦ୍ର ଫଡ୍‌ନାବୀସ

0

ଜଲଗାଁଓ: ଏକ ଗୁଜବ କାରଣରୁ ଅକାରଣରେ ମହାରାଷ୍ଟ୍ର ଜଲଗାଁଓ ଜିଲ୍ଲାରେ ଟ୍ରେନ ଦୁର୍ଘଟଣାରେ ଚାଲି ଯାଇଛି ୧୩ ଜଣଙ୍କ ଜୀବନ। ମହାରାଷ୍ଟ୍ର ଜଲଗାଁଓ ଜିଲ୍ଲାରେ ଟ୍ରେନ ଦୁର୍ଘଟଣାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନାବୀସ ଦୁଃଖ ପ୍ରକାଶ କରିଛନ୍ତି। ସେ ଦୁଃଖ ପ୍ରକାଶ କରିବା ସହ ମୃତ ବ୍ୟକ୍ତିଙ୍କ ପରିବାର ଲୋକଙ୍କୁ ୫ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ଦେବାକୁ ଘୋଷଣା କରିଛନ୍ତି। ଏହା ସହ ଆହତମାନଙ୍କୁ ଆବଶ୍ୟକୀୟ ଚିକିତ୍ସା ଯୋଗାଇ ଦିଆଯିବ ବୋଲି ସେ ଆଶ୍ୱାସନା ଦେଇଛନ୍ତି।

ସୂଚନା ଅନୁସାରେ ପୁଷ୍ପକ ଏକ୍ସପ୍ରେସ୍‌ରେ ନିଆଁ ଲାଗିବାର ଗୁଜବ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଥିଲା। ବିଶୃଙ୍ଖଳା ଭିତରେ କିଛି ଯାତ୍ରୀ ଜରୁରିକାଳୀନ ଚେନ୍ ଟାଣି ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଥିଲେ। ସେମାନେ ସମାନ୍ତରାଳ ଟ୍ରାକ୍‌ରେ ଓହ୍ଲାଇବା ବେଳେ ବିପରୀତ ଦିଗରୁ ଆସୁଥିବା କର୍ଣ୍ଣାଟକ ଏକ୍ସପ୍ରେସ ସେମାନଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୧୩ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଯାତ୍ରୀ ଆହତ ହୋଇଛନ୍ତି ।

ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ମୃତକଙ୍କ ପ୍ରକୃତ ସଂଖ୍ୟା ଓ ଆହତଙ୍କ ଅବସ୍ଥା ଯାଞ୍ଚ କରାଯାଉଛି ବୋଲି ରେଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସ୍ଥାନୀୟ ପ୍ରଶାସନ ଓ ଉଦ୍ଧାରକାରୀ କର୍ମଚାରୀଙ୍କ ସହ ଡାକ୍ତରୀ ଦଳ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ଭୁସାୱାଲର ଡିଭିଜନାଲ ରେଲୱେ ମ୍ୟାନେଜର ସ୍ଥିତି ଅନୁଧ୍ୟାନ କରୁଛନ୍ତି।

Leave A Reply

Your email address will not be published.